ଭରତପୁର କୋଇଲାଖଣି ଦୁର୍ଘଟଣା ପରେ ଏନ୍‌ଟିପିସି ବିଦ୍ୟୁତ୍‌ ପ୍ରକଳ୍ପରେ କୋଇଲା ସଙ୍କଟ: ବନ୍ଦ ୟୁନିଟ୍‌ ସଂଖ୍ୟା ୪କୁ ବୃଦ୍ଧି

ତାଳଚେର,୩।୮(ନି.ପ୍ର.): ଅନୁଗୋଳ ଜିଲା ଭରତପୁର କୋଇଲାଖଣି ଦୁର୍ଘଟଣା ପରେ ୩ ହଜାର ମେଗାୱାଟ ବିଶିଷ୍ଟ ମହାରତ୍ନ କମ୍ପାନୀ କଣିହଁାସ୍ଥିତ ଏନ୍‌ଟିପିସି ବିଦ୍ୟୁତ୍‌ ପ୍ରକଳ୍ପରେ କୋଇଲା ସଙ୍କଟ ଦିନକୁ ଦିନ ବଢ଼ିବାରେ ଲାଗଛି। କୋଇଲା ଅଭାବରୁ ବିଭାଗୀୟ କର୍ତ୍ତୃପକ୍ଷ ଶନିବାର ପୁଣି ଆଉ ଏକ ୟୁନିଟକୁ ବନ୍ଦ କରିଦେଇଛନ୍ତି। ତେବେ ଏହାକୁ ମିଶାଇ ବନ୍ଦ ୟୁନିଟ ସଂଖ୍ୟା ୪କୁ ବୃଦ୍ଧି ପାଇଛି।
ସୂଚନାଯୋଗ୍ୟ, କଣିହଁାରେ ୩ ହଜାର ମେଗାୱାଟ(୫ଶହ ମେଗାୱାଟ ବିଶିଷ୍ଟ ୬ଗୋଟି) ୟୁନିଟ ରହିଥିବା ବେଳେ ପ୍ରକଳ୍ପ ପାଇଁ ପ୍ରତିଦିନ ୫୫ ହଜାର ମେଟ୍ରିକ୍‌ ଟନ୍‌ କୋଇଲା ଆବଶ୍ୟକ ହୋଇଥାଏ। ମାତ୍ର କୋଇଲା ଷ୍ଟକ୍‌ ନ ଥିବା ସହ ଆବଶ୍ୟକ ପରିମାଣର ମିଳୁ ନ ଥିବାରୁ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଗତ ୨୯ ତାରିଖରୁ ୧, ୪ ଓ ୫ ୟୁନିଟକୁ ବନ୍ଦ କରିଦିଆଯାଇଥିଲେ ମଧ୍ୟ ୩ଟି ୟୁନିଟ ଚାଲୁ ରହିଥିଲା। ମାତ୍ର ୨ ନଂ. ୟୁନିଟକୁ ଶନିବାର ବନ୍ଦ କରିଦିଆଯାଇଛି। ଷ୍ଟକ୍‌ରେ ଥିବା ୪ ହଜାର ମେଟ୍ରିକ ଟନ୍‌ କୋଇଲାରେ ଗୋଟିଏ ୟୁନିଟ ଚାଲିବା ସମ୍ଭବପର ନୁହେଁ। ତେଣୁ ଆବଶ୍ୟକ ପରିମାଣରେ କୋଇଲା ନ ମିଳିଲେ ଆଗାମୀ ଦିନରେ ଅନ୍ୟ ୟୁନିଟକୁ ବନ୍ଦ କରାଯିବ ବୋଲି ଜଣାପଡ଼ିଛି। ଏ ନେଇ ବିଦ୍ୟୁତ୍‌ ଉପତ୍ାଦନ କ୍ରମଶଃ ହ୍ରାସ ପାଇବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri