ଭରତପୁର ଖଣି ଦୁର୍ଘଟଣା:କୋଇଲା ମନ୍ତ୍ରଣାଳୟ ହସ୍ତକ୍ଷେପ କରୁ: ବିଜେଡ

ତାଳଚେର,୩ା୮(ନି.ପ୍ର.)

ଭରତପୁର କୋଇଲା ଖଣି ଦୁର୍ଘଟଣା ଏମ୍‌ସିଏଲ୍‌ର ଦାୟିତ୍ୱହୀନତା ଓ ଅବହେଳା ଯୋଗୁ ଘଟିଛି ବୋଲି ବିଜୁ ଜନତା ଦଳ ପକ୍ଷରୁ ଅଭିଯୋଗ କରାଯିବା ସହ କୋଇଲା ମନ୍ତ୍ରଣାଳୟ ତୁରନ୍ତ ଏଥିରେ ହସ୍ତକ୍ଷେପ କରିବାକୁ ଦାବି ହୋଇଛି। ଦଳ ପକ୍ଷରୁ କୁହାଯାଇଛି ଯେ, ମୁଖ୍ୟମନ୍ତ୍ରୀ ଘଟଣାର ଗୁରୁତ୍ୱକୁ ଉପଲବ୍ଧି କରି ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ମୃତକଙ୍କ ପରିବାରକୁ ପ୍ରଦାନ କରି ସାରିଲେଣି। ହେଲେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ମୃତ ଶ୍ରମିକଙ୍କ ପରିବାରର ନିଯୁକ୍ତି, କ୍ଷତିପୂରଣ ସମାଧାନ କରିବା ଉପରେ ଏଯାଏ ପଦକ୍ଷେପ ନେଇନାହାନ୍ତି। ସ୍ଥାନୀୟ ଭାଜପା ପକ୍ଷରୁ ୭ଦିନ ଧରି ଖଣି ବନ୍ଦ ଆନ୍ଦୋଳନ କରାଯାଇଥିଲେ ବି ବିନା ସମାଧାନରେ ଦଳ ଆନ୍ଦୋଳନରୁ ଓହରି ଯାଇଥିଲା। ତେଣୁ ପ୍ରାଣ ହରାଇଥିବା ଶ୍ରମିକମାନଙ୍କ ପରିବାରକୁ ସ୍ଥାୟୀ ନିଯୁକ୍ତି, ୩ କୋଟି ଟଙ୍କା ଲେଖାଏ କ୍ଷତିପୂରଣ ରାଶି ପ୍ରଦାନ କରାଯିବା ସହ କୋଇଲା ମନ୍ତ୍ରୀ ତୁରନ୍ତ ଇସ୍ତଫା ଦେବାକୁ ବିଜୁ ଜନତା ଦଳ ତାଳଚେର ଉପସଭାପତି ସନ୍ତୋଷ ପ୍ରଧାନ, ମହିଳା ନେତ୍ରୀ ସେଫାଳି ବଳ, ଜିଲା ଯୁବ ଜନତା ଦଳ ସାଧାରଣ ସମ୍ପାଦକ ରାଜେଶ ଦାସ, ଲିପୁନା ଭୁକ୍ତା, ଭୁବନାନ୍ଦ ବିଶ୍ୱାଳ, ଦିଲୀପ ପ୍ରଧାନ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?