ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ସେ କହିଛନ୍ତି।
ତେବେ ସେ କହିଛନ୍ତି ତଦନ୍ତ ଚାଲିଛି, ନିଲମ୍ବନ ହୋଇଥିବା ପୋଲିସ ଦୋଷୀ ପ୍ରମାଣିତ ହୋଇନାହାନ୍ତି। ତଦନ୍ତରେ ଦୋଷୀ ପ୍ରମାଣିତ ହେଲା ପରେ କାର୍ଯ୍ୟାନୁଷ୍ଠାନ ନିଆଯାଉ। ନିଲମ୍ବନ ହୋଇଥିବା ପୋଲିସ କର୍ମଚାରୀଙ୍କ ଉପରୁ ନିଲମ୍ବନ ହଟାଯାଉ ବୋଲି ସାହୁ କହିଛନ୍ତି।

ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁବଂଶଙ୍କ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ୱାୟୀ.ବି ଖୁରାନିଆଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ଜାତୀୟ ମହିଳା କମିଶନ (ଏନସିଡବ୍ଲ୍ୟୁ)।

ମେଜର ସିଂ ଏବଂ ବାନ୍ଧବୀଙ୍କ ଓଡିଶା ପୋଲିସ୍ ହେପାଜତରେ ନିର୍ଯାତନା ଦିଆଯାଇଥିବା ଅଭିଯୋଗକୁ ନେଇ ଆୟୋଗ ୩ ଦିନ ମଧ୍ୟରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ରିପୋର୍ଟ ଦେବାକୁ କହିଛନ୍ତି ଏବଂ ଦାୟିତ୍ୱରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି।

ଏହାପୂର୍ବରୁ ବୁଧବାର ଡିଜିପି ଭରତପୁର ଥାନା ଆଇଆଇସି ସମେତ ପାଞ୍ଚ ଜଣ ପୋଲିସକୁ ନିଲମ୍ବନ କରିଥିଲେ ଏବଂ ଏହା ସହ ଉଭୟକଙ୍କୁ ଆକ୍ରମଣ କରିଥିବା ରୋଡ ରୋମିଓଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ଏହି ମାମଲାରେ ଡିଜିପି ଆଇଆଇସି ଦିନକୃଷ୍ଣ ମିଶ୍ର, ଏସଆଇ ଵୈଶାଳିନୀ ପଣ୍ଡା, ଏଏସଆଇ ସାଲିମାମୟୀ ସାହୁ, ଏଏସଆଇ ସାଗାରିକା ରଥ ଏବଂ କନଷ୍ଟେବଳ ବଳରାମ ହାଣ୍ଡାଙ୍କୁ ନିଲମ୍ବନ କରାଯାଇଥିଲା।

ଏହା ସହ
ଏହି ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ। ଆଉ ଏହା ସହିତ କମିସନରେଟ ପୋଲିସର ଅସଲ ମୁଖା ଧୀରେ ଧୀରେ ଖୋଲିବାରେ ଲାଗିଛି। ଘଟଣା ଦିନର କଳା କାହାଣୀକୁ ଗଣମାଧ୍ୟମ କ୍ୟାମେରା ସାମ୍ନାରେ ଲୁହ ଢାଳି କହିଛନ୍ତି ଅଙ୍କିତା। ଏପରିକି ତାଙ୍କୁ କିଭଳି ଆଇଆଇସି ଯୌନ ନିର୍ଯାତନା ଦେଇଥିଲେ, ସେ କଥା ମଧ୍ୟ କହିଛନ୍ତି।

ଅଙ୍କିତାଙ୍କ କହିବା ଅନୁସାରେ ”୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁବଂଶଙ୍କ ସହ ଫେରୁଥିଲି। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଆମେ ଭରତପୁର ଥାନାରେ ପହଞ୍ଚିଥିଲୁ। ସେତେବେଳେ ଥାନାରେ ନାଇଟି ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନ୍‌ଷ୍ଟେବଲ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଆମକୁ ଗାଳିଗୁଲଜ କରିଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁବଂଶଙ୍କୁ ହାଜତରେ ପୂରାଇଦେଲେ। ମୁଁ ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ମୋତେ ଘୋଷାଡ଼ି ପିଟିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଲ ମୋର ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲି। ଏହାପରେ ସେମାନେ ମୋ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri