ଭର୍ଚୁଆଲ ରାଲିକୁ ସମ୍ବୋଧିତ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ମୋଦିଙ୍କ ଉପରେ ଦେଶର ଜନତାଙ୍କ ବିଶ୍ୱାସ ବଢ଼ିଛି। ଅନ୍ୟ ରାଜନୈତିକ ବ୍ୟକ୍ତିତ୍ୱଙ୍କ ଅପେକ୍ଷା ୮୫ ପ୍ରତିଶତ ଲୋକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଶ୍ୱାସ କରିଛନ୍ତି। ଓଡ଼ିଶାରେ ୧୦୦ରୁ ୯୬ଜଣ ଲୋକଙ୍କର ମୋଦିଜୀଙ୍କ ଉପରେ ଭରସା କରିଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର କହିଛନ୍ତି। ମହିଳା ଭର୍ଚୁଆଲ ରାଲିକୁ ସମ୍ବୋଧିତ କରି ଧର୍ମେନ୍ଦ୍ର କହିଛନ୍ତି ଯେ, ରାଜ୍ୟବାସୀ ଲୋକ ସଭା ନିର୍ବାଚନରେ ଭାଜପା ୩୮.୪% ଭୋଟ ଏବଂ ୮ଜଣ ଲୋକ ସଭା ଏମ୍‌ପିଙ୍କୁ ବିଜୟୀ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହାତମୁଠାଙ୍କୁ ଟାଣ କରିଛନ୍ତି। ଓଡ଼ିଶାରେ ଦୀର୍ଘ ୨୦ବର୍ଷ ଧରି ବିରୋଧୀ ଦଳ ଥିବା କଂଗ୍ରେସକୁ ପଛରେ ପକାଇ ରାଜ୍ୟବାସୀ ଭାଜପାକୁ ପ୍ରମୁଖ ବିରୋଧୀ ଦଳର ମାନ୍ୟତା ଦେଇଛନ୍ତି। ଗତ ନିର୍ବାଚନରେ ଜନତା ୯୧ଲକ୍ଷରୁ ଅଧିକ ଭୋଟ ଭାଜପାକୁ ଦେଇଛନ୍ତି। ଅନ୍ୟପଟେ ପୂର୍ବ ଭାରତର ବିକାଶକୁ ମୋଦି ସବୁ ସମୟରେ ପ୍ରାଧାନ୍ୟ ଦେଇ ଆସିଛନ୍ତି। ପୂର୍ବ ଭାରତର ବିକାଶ ନ ହେବା ପର୍ଯ୍ୟନ୍ତ ଦେଶରେ ସନ୍ତୁଳିତ ବିକାଶ ହେବା ଅସମ୍ଭବ ବୋଲି ପ୍ରଧାନମନ୍ତ୍ରୀ ଗତ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ କହିଛନ୍ତି। ପୂର୍ବଭାରତର ସିଂହଭାଗ ଲାଭ କେବଳ ଓଡ଼ିଶା ହିଁ ପାଇବ ବୋଲି ଧର୍ମେନ୍ଦ୍ର ମହିଳା ଭର୍ଚୁଆଲ ରାଲିକୁ ସମ୍ବୋଧିତ କରି କହିଛନ୍ତି। ବର୍ତ୍ତମାନ କରୋନାର ମହାବିପତ୍ତି ସମୟରେ ୪କୋଟି ମହିଳା ଏବଂ ଓଡ଼ିଶାର ୪୦ ଲକ୍ଷ ମହିଳାଙ୍କୁ ୧୫୦୦ ଟଙ୍କା ଲେଖାଏଁ ଜନଧନ ଯୋଜନାରେ ଅର୍ଥ ପ୍ରଦାନ କରାଯାଇଛି। ମୋଦି ସରକାର ୮ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କ ଆକାଉଣ୍ଟରେ ୫୦୦କୋଟିରୁ ଊର୍ଦ୍ଧ୍ୱ ଅଗ୍ରିମ ଟଙ୍କା ପଠାଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ମନରେ ମହିଳାଙ୍କ ପ୍ରତି ଦାୟିତ୍ୱ ରହିଛି ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?