ଭର୍ତ୍ତୃହରି ମହତାବ ଅସୁସ୍ଥ: ପୁଅ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୧।୧୨(ବ୍ୟୁରୋ): କଟକ ବିଜେଡି ଏମ୍‌ପି ଭର୍ତ୍ତୃହରି ମହତାବ ଅସୁସ୍ଥ ହୋଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଅସୁସ୍ଥତା ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପୁତ୍ରଙ୍କ ସହ ଫୋନ୍‌ରେ କଥା ହୋଇ ସ୍ବାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଭର୍ତ୍ତୃହରିଙ୍କ ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ବାସ୍ଥ୍ୟ କାମନା କରି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ଭର୍ତ୍ତୃହରିଙ୍କ ହୃଦ୍‌ରୋଗ ଜନିତ ସମସ୍ୟା ଦେଖା ଦେଇଥିବାରୁ ତାଙ୍କୁ ନୂଆଦିଲ୍ଲୀସ୍ଥିତ ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।