ଭାଇଘରେ ପହଞ୍ଚି ପାରିଲେନି ଭଉଣୀ: ଟ୍ରେନ ଧକ୍କାରେ ଜୀବନ ଗଲା

କେନ୍ଦୁଝର, ୯ା୩(ସ୍ବ.ପ୍ର.): ଭାଇଘରେ ପହଞ୍ଚିପାରିଲେନି ଭଉଣୀ। ଟ୍ରେନ ଧକ୍କାରେ ଅଧାବାଟରେ ଜୀବନ ଚାଲିଗଲା। ଏଭଳି ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ସଦର ବ୍ଲକ ବେଦପଳସା ଅଞ୍ଚଳରେ। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ବୋଦପଳସା ଗ୍ରାମର ଗୌରୀ ପଣ୍ତା ନାମ୍ନୀ ମହିଳା ରବିବାର ରାତିରେ ରାଇସୁଆଁ ରେଳବିଭାଗର ରେଳଫାଟକରେ ଚ଼ାକିରି କରୁଥିବା ସାନ ଭାଇ ରଶ୍ମିରଞ୍ଜନ ମିଶ୍ରଙ୍କ ପାଖକୁ ଯିବେ ବୋଲି ତାଙ୍କ ଭାଇଙ୍କ ସହିତ ଫୋନରେ କଥା ହୋଇଥିଲେ। ସୋମବାର ସକାଳେ ସେ ଘରୁ ବାହାରି ରେଳଧାରଣାରେ ଚ଼ାଲି ଚ଼ାଲି ରାଇସୁଆଁ ଯାଉଥିଲେ। ତାଙ୍କର କାନରେ ସମସ୍ୟା ଥିବାରୁ ସେ ଭଲ ଭାବେ ଶୁଣି ପାରୁ ନ ଥିଲେ। ଏହି ରେଳଧାରଣା ଦେଇ ବିଶାଖାପାଟଣା ଯାତ୍ରୀବାହୀ ଟ୍ରେନ ଯାଉଥିବା ବେଳେ ବହୁବାର ହର୍ଣ୍ଣ ମରାଯାଇଥିଲେ ବି ତାଙ୍କୁ ଶୁଭି ନ ଥିଲା। ଫଳରେ ଗମ୍ବାରିଆ ପୋଖରୀ ପାଖ ଟ୍ରାକ ନିକଟରେ ତାଙ୍କୁ ଟ୍ରେନ ଧକ୍କା ଦେଇଥିଲା। ଟାଉନ ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ କେନ୍ଦୁଝର ମୁଖ୍ୟ ଚ଼ିକିତ୍ସାଳୟକୁ ପଠାଇଛି। ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri