ଭାଇଚାରା: ବୈଷ୍ଣୋଦେବୀ ମନ୍ଦିର ପକ୍ଷରୁ କ୍ୱାରାଣ୍ଟାଇନ୍‌ରେ ଥିବା ୫୦୦ ମୁସଲମାନଙ୍କୁ ଶେହରୀ-ଇଫ୍‌ତାର

ଶ୍ରୀନଗର,୨୩।୫: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ବୃଦ୍ଧି କରାଯାଇଛି। ବିଭିନ୍ନ ସ୍ଥାନରେ ଅଟକି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଅଣାଯିବାର ଉଦ୍ୟମ ଅବ୍ୟାହତ ରହିଛି। ଏପରିସ୍ଥଳେ ବହୁ ଲୋକଙ୍କ ପାଖରେ ଆତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀର ଅଭାବ ଦେଖାଦେଇଛି। ତେବେ ଏହି ସମୟରେ ଅସୁବିଧାରେ ପଡ଼ିଥିବା ଲୋକଙ୍କୁ ସହାୟତାର ହାତ ବଢ଼ାଇବା ପାଇଁ ବହୁ ସଂସ୍ଥା ପ୍ରୟାସ ଜାରି ରଖିଛନ୍ତି। ଜଣେ ଅସୁବିଧାରେ ପଡ଼ିଥିଲେ ଅନ୍ୟ ଜଣେ ଭାରତବାସୀଙ୍କ ହୃଦୟ କିଭଳି କାନ୍ଦି ଉଠେ ତାହାର ଉଦାହରଣ ସୃଷ୍ଟି କରିଛନ୍ତି ବୈଷ୍ଣୋଦେବୀ ମନ୍ଦିର ବୋର୍ଡ। ରମ୍‌ଜାନ ମାସ ଅବସରରେ କ୍ୱାରାଣ୍ଟାଇନ୍‌ରେ ଥିବା ୫୦୦ ମୁସଲମାନଙ୍କୁ ମନ୍ଦିର ଟ୍ରଷ୍ଟ୍‌ ପକ୍ଷରୁ ଶେହରୀ ଏବଂ ଇଫ୍‌ତାର ଯୋଗାଇ ଦିଆଯାଇଛି। ମାର୍ଚ୍ଚ ମାସଠାରୁ ମନ୍ଦିର ଟ୍ରଷ୍ଟ୍‌ ପକ୍ଷରୁ କତ୍ରାସ୍ଥିତ ଆଶୀର୍ବାଦ ଭବନକୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପରିଣତ କରାଯାଇଛି। କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିବା ମୁସଲମାନଙ୍କୁ ପାହାନ୍ତାରେ ଶେହରୀ ଏବଂ ସନ୍ଧ୍ୟା ସମୟରେ ଇଫତାର ଯୋଗାଇ ଦିଆଯାଉଥିବା ବୈଷ୍ଣୋଦେବୀ ମନ୍ଦିର ବୋର୍ଡ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ରମେଶ କୁମାର ସୂଚନା ଦେଇଛନ୍ତି। ଜମ୍ମୁ-କଶ୍ମୀରରେ ଥିବା ବୈଷ୍ଣୋଦେବୀ ମନ୍ଦିର ବୋର୍ଡର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ମୁଖ୍ୟତଃ ପ୍ରବାସୀ ଶ୍ରମିକମାନେ ହିଁ ରହିଛନ୍ତିି। ରମଜାନ ମାସରେ ସେମାନଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଇବା ଲାଗି ମନ୍ଦିର ବୋର୍ଡ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri