Posted inଖେଳ

ଭାଇରସ୍‌ କର୍ଫ୍ୟୁ ଉଲ୍ଲଂଘନ: ଖେଳାଳିଙ୍କୁ ୬ମାସ ସସ୍‌ପେଣ୍ଡ

ବେଜିଂ, ୮ା୬ (ଏପି.): କରୋନାଭାଇରସ୍‌ କର୍ଫ୍ୟୁ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ଚାଇନିଜ୍‌ ଫୁଟ୍‌ବଲ ଆସୋସିଏଶନ (ସିଏଫ୍‌ଏ) ୧୯ବର୍ଷରୁ କମ୍‌ ଜାତୀୟ ଦଳର ୬ ଜଣ ଖେଳାଳିଙ୍କୁ ୬ ମାସ ପାଇଁ ସସ୍‌ପେଣ୍ଡ କରିଛି। ଅଭିଯୁକ୍ତ ଖେଳାଳିମାନେ ମଧ୍ୟରାତ୍ରରେ ମଦ୍ୟପାନ କରିବା ଲାଗି ଟ୍ରେନିଂ କ୍ୟାମ୍ପ ଛାଡ଼ି ଚାଲିଯାଇଥିଲେ। ସାଂଘାଇଠାରେ ୩୫ ଖେଳାଳିଙ୍କୁ ନେଇ ଏହି ଟ୍ରେନିଂ କ୍ୟାମ୍ପ ମେ ୧୭ରେ ଆରମ୍ଭ ହୋଇ ଶନିବାର ଶେଷ ହୋଇଛି। ମହାମାରୀ ନିୟନ୍ତ୍ରଣ ନିୟମ ଉଲ୍ଲଂଘନ ସମଗ୍ର ଟିମ୍‌ ଉପରେ ନକାରାତ୍ମକ ପ୍ରଭାବ ପକାଇବ ବୋଲି ସିଏଫ୍‌ଏ ଜିନ୍‌ହୁଆ ନ୍ୟୁଜ୍‌ ଏଜେନ୍ସିକୁ କହିଛି। ଏହି ୬ଜଣ ଖେଳାଳି ନଭେମ୍ବର ୩୦ ପର୍ଯ୍ୟନ୍ତ କୌଣସି ମ୍ୟାଚ ଖେଳି ପାରିବେ ନାହିଁ। ସେମାନେ ଆହୁରି ମଧ୍ୟ ସେମାନଙ୍କ କ୍ଲବ ତରଫରୁ ଦଣ୍ଡିତ ହୋଇପାରନ୍ତି। ଚାଇନାରେ ଖେଳାଳିମାନଙ୍କର କୌଣସି ସଂଗଠନ ନାହିଁ। ବାସନ୍ଦ ଦଣ୍ଡ ବିରୋଧରେ ଏହି ଖେଳାଳିମାନେ ଅପିଲ କରିପାରିବେ କି ନା ତାହା ଜଣାନାହିଁ। ମୁଖ୍ୟ କୋଚ୍‌ ଚେଙ୍ଗ୍‌ ୟାଓଡଙ୍ଗ୍‌ କହିଛନ୍ତି ଖେଳାଳିମାନେ ସେମାନଙ୍କ କାର୍ଯ୍ୟନେଇ ଅନୁତପ୍ତ। ଦଳ ପାଇଁ ଏହା କ୍ଷତି ନିଶ୍ଚୟ। ସେମାନଙ୍କ ଉପରେ ଏହା ପ୍ରଭାବ ପକାଇବ ନିଶ୍ଚୟ। ଆସନ୍ତା ସିଜନରେ୧୯ବର୍ଷରୁ କମ୍‌ ଦଳ ଚାଇନିଜ ତୃତୀୟ ଡିଭିଜନ ଲିଗ୍‌ ଖେଳିବ। ଆଗାମୀ ଅଲିମ୍ପିକ୍ସ ଦୃଷ୍ଟିରୁ ଏହି ପ୍ରତିଯୋଗିତା ଗୁରୁତ୍ୱପୂର୍ଣ୍ଣ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସୂର୍ଯ୍ୟଙ୍କ ସବୁଠୁ ବଡ଼ ଗୋଚର: ତୁଳା ସମେତ ଏହି ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ବଡ଼ ଅଫର୍‌

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବଳ, ପ୍ରତିଷ୍ଠା, ଅଧିକାର, ନେତୃତ୍ୱ ଏବଂ କ୍ୟାରିୟର ସମ୍ୱନ୍ଧିତ ଗ୍ରହ ଭାବେ ବିବେଚନା କରାଯାଏ। ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାଶି ପରିବର୍ତ୍ତନ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ବସ୍‌ ଡିକିରୁ ୨ ବସ୍ତା ଗଞ୍ଜେଇ ଜବତ, ୫ ଅଟକ

ବଲାଙ୍ଗୀ ର, ୨୬।୯(ସୁନିଲ କୁମାର ମହାନ୍ତି): ବସ୍‌ ଡିକିରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରି ୫ ଜଣଙ୍କୁ ଅଟକ ରଖିଛି।…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.…

ଚାକିରିଆଙ୍କ ପାଇଁ ବଡ଼ ଖବର, ସେପ୍ଟେମ୍ୱରରେ ଡେରି ହେବ ସାଲାରୀ! ଏହିଦିନ ଆସିବ…

ନୂଆଦିଲ୍‌ଲୀ,୨୬।୯: ସେପ୍ଟେମ୍ୱର ମାସରେ ଚାକିରିଆମାନଙ୍କ ଅସୁବିଧା ବଢ଼ିପାରେ। UFBU ପକ୍ଷରୁ ସେପ୍ଟେମ୍ୱର ୨୮ ରୁ ୩୦, ୨୦୨୬ ପର୍ଯ୍ୟନ୍ତ ତିନି ଦିନିଆ ବ୍ୟାଙ୍କ ଧର୍ମଘଟ ଘୋଷଣା କରାଯାଇଛି।…

ଲଗାଣ ବର୍ଷାରେ ଭାଙ୍ଗିଲା ପୋତାଗଡ଼ ପାଚେରୀ: ପର୍ଯ୍ୟଟକ, ବୁଦ୍ଧିଜୀବୀ ମହଲରେ କ୍ଷୋଭ

ଗଞ୍ଜାମ, ୨୫।୯ (ବିଦ୍ୟାଧର ସାହୁ): ଗତ ୩-୪ ଦିନ ଧରି ଲଗାଣ ବର୍ଷା ସାଙ୍ଗକୁ ପ୍ରବଳ ପବନ ବହିବା ଫଳରେ ଗଞ୍ଜାମ ସହରରେ ଅବସ୍ଥିତ ଐତିହାସିକ ପୋତାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?