ଭାଗବତ ଓଡ଼ିଆ ଜାତିର ଆଦର୍ଶ

ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ଅତିବଡ଼ୀ ଶ୍ରୀ ଜଗନ୍ନାଥ ଦାସକୃତ ‘ଶ୍ରୀମଦ୍‌ଭାଗବତ’ ଏକ ସାତ୍ତ୍ବିକ ମହାପୁରାଣ ଏବଂ ଓଡ଼ିଆ ଜାତିର ଆଧ୍ୟାତ୍ମିକ ଅନୁଭୂତିର ପ୍ରାମାଣିକ ଗ୍ରନ୍ଥ। ଏହା ଓଡ଼ିଆ ଜାତିର ଆଦର୍ଶ ଏବଂ ଓଡ଼ିଆଙ୍କ ଜାଗରଣର ସୂତ୍ରଧର। ଓଡ଼ିଆ ଜାତିକୁ ଦାର୍ଶନିକ ଜାତିରେ ପରିଣତ କରି ଏହା ଇହକାଳ ଓ ପରକାଳର ଶାସ୍ତ୍ର ଭାବରେ ସୁବିଦିତ ହୋଇଛି ବୋଲି ବିଶିଷ୍ଟ ବିଦ୍ୱାନ୍‌ ତଥା ଗବେଷକ ପ୍ରଫେସର ଉଦୟନାଥ ସାହୁ ପ୍ରକାଶ କରିଛନ୍ତି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ସୋମବାର ସଂସ୍କୃତି ବିଭାଗ ସମ୍ମିଳନୀ କକ୍ଷରେ ‘ପୁସ୍ତକ ଚର୍ଚ୍ଚା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ‘ଶ୍ରୀମଦ୍‌ଭାଗବତ’ ଉପରେ ବକ୍ତବ୍ୟ ରଖି ଦିଲ୍ଲୀସ୍ଥିତ ଜବାହରଲାଲ୍‌ ବିଶ୍ୱବିଦ୍ୟାଳୟର ଆଦିକବି ସାରଳା ଦାସ ଚେୟାର ପ୍ରଫେସର ସାହୁ କହିଥିଲେ ଯେ, ରସ ଐଶ୍ୱର୍ଯ୍ୟ ଓ କାବ୍ୟ ମାଧୁର୍ଯ୍ୟ ପାଇଁ ଭାଗବତ ବିଖ୍ୟାତ। ଉତ୍ତର-ଭାରତୀୟ ଭାଷାଗୁଡ଼ିକରେ ଶ୍ରୀ ଜଗନ୍ନାଥ ଦାସଙ୍କ ଭାଗବତ ଅନୁବାଦ ସର୍ବପ୍ରଥମ। ବିଶିଷ୍ଟ ଭାଷାବିତ୍‌ ପଦ୍ମଶ୍ରୀ ଦେବୀପ୍ରସନ୍ନ ପଟ୍ଟନାୟକ, ବିଭାଗୀୟ ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ବିଭାଗୀୟ ଅତିରିକ୍ତ ଶାସନ ସଚିବ ତଥା ନିର୍ଦ୍ଦେଶକ ବିଜୟ କୁମାର ନାୟକ ଯୋଗଦେଇ ଭାଗବତର ଅନନ୍ୟ ମାହାତ୍ମ୍ୟ ଓ ଅନତିକ୍ରମ୍ୟ ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ। ଓଡ଼ିଆ ଭାଷା ପ୍ରତିଷ୍ଠାନର ନିର୍ଦ୍ଦେଶିକା ଡ. ତମସାରାଣୀ ଦାସମହାପାତ୍ର ପୌରୋହିତ୍ୟ କରି ସ୍ବାଗତ ଭାଷଣ ଦେବା ସହିତ ପୁସ୍ତକ ଚର୍ଚ୍ଚା କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ପ୍ରତିଷ୍ଠାନର କାର୍ଯ୍ୟାଳୟ ତତ୍ତ୍ବାବଧାରକ ଇନ୍ଦ୍ରମଣି ତ୍ରିପାଠୀ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ପ୍ରଫେସର ରାଜକିଶୋର ମିଶ୍ର, ଡ. ଶକୁନ୍ତଳା ବଳିୟାରସିଂହ ଓ ଡ. ମନୋରମା ବିଶ୍ୱାଳ ମହାପାତ୍ରଙ୍କ ସମେତ ବହୁ ସାହିତି୍ୟକ, ଲେଖକ, ବୁଦ୍ଧିଜୀବୀ ଓ ପୁସ୍ତକପ୍ରେମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri