Posted inଖେଳ

ଭାଗବତ ସପ୍ତାହ ପାରାୟଣ: ଶିଶୁଙ୍କ ଦ୍ୱାରା ନୃତ୍ୟ ନାଟିକା ଋକ୍ମିଣୀ ବିବାହ ମଞ୍ଚସ୍ଥ

ହେମଗିର, ୧୯।୪ (ଡି.ଏନ.ଏ)-ଆଧ୍ୟାତ୍ମିକତା ତଥା ଭଗବତ ପ୍ରେମକୁ ପ୍ରତ୍ୟେକ ମାନବ ଜୀବନରେ ପରିସ୍ଫଟ କରିବା ପାଇଁ ହେମଗିର ବ୍ଲକର ଲୁଆବାହାଲଠାରେ ପ୍ରତ୍ୟେକ ବର୍ଷପରି ଏବର୍ଷ ମଧ୍ୟ ଭାଗବତ ସପ୍ତାହ ପାରାୟଣ, ହରିହାଟର ଆୟୋଜନ କରାଯାଇଛି। ଏହା ଗତ ୧୧ରୁ ଆରମ୍ଭ ହୋଇ ଆସନ୍ତା ୨୧ ତାରିଖରେ ସମ୍ପୂର୍ଣ୍ଣ ହେବ। ଏହା ଆଜକୁ ୨୪ବର୍ଷ ଧରି ପାଳିତ ହୋଇ ଆସୁଥିବାବେଳେ ଗ୍ରାମର କଳ୍ପତରୁ ସେବା ସଂଘ ପକ୍ଷରୁ ଆୟୋଜନ କରାଯାଇଥାଏ। ଏହି ଭାଗବତ ସପ୍ତାହ ପାଳନ ଅବସରରେ ଦୈନନ୍ଦିନ ଭାଗବତ ଗୀତା ଗାନ ମଧ୍ୟରେ ଦଶମ ସ୍କନ୍ଦରେ ଋକ୍ମିଣୀ ବିବାହ କଥାବସ୍ତୁକୁ ନେଇ କୁନିକୁନି ଶିଶୁ କଳାକାରଙ୍କୁ ନେଇ ଖୋଲାମଞ୍ଚରେ ଏକ ନୃତ୍ୟନାଟିକା ମଞ୍ଚସ୍ଥ କରାଯାଇଥିଲା । ଏଥିରେ ବର ବେଶରେ ଶଙ୍କର ନାଏକ ଓ କନ୍ୟା ବେଶରେ ଭାନୁମତି ନାଏକ ସୁସଜ୍ଜିତ ହୋଇ ଅଭିନୟ କରିଥିଲେ। ଉଭୟ ବର ଓ କନ୍ୟାଙ୍କ ପିତାମାତା ଭାବେ ଯୋଗେନ୍ଦ୍ର ସା, କୁମୁଦିନୀ ସା ଓ ପ୍ରହଲ୍ଲାଦ ଗଞ୍ଜୁ, ପୁଷ୍ପଲତା ଗଞ୍ଜୁ ବିବାହ କାର୍ଯ୍ୟ ସମ୍ପାଦନ କରିଥିଲେ। ଅନ୍ୟାନ୍ୟ ଶିଶୁ କଳାକାର କୃଷ୍ଣ, ବଳରାମ, ଶିବ, ପାର୍ବତୀ, ହନୁମାନ, ନନ୍ଦି, ଭୃଙ୍ଗି ବେଶରେ ଅଙ୍କିତ, ରାଜୀବ, ପ୍ରତିଣ, ଗୋପବନ୍ଧୁ, କୁନାଲ, ଝସକେତନ, ପ୍ରକାଶ, ବଣ୍ଟି, ନୂତନ, ଭରତ ପ୍ରମୁଖ ଅଭିନୟ କରିଥିଲେ। ଏହି କୁନିକୁନି ଶିଶୁଙ୍କର ନୃତ୍ୟାଭିନୟରେ ସମଗ୍ର ଗ୍ରାମରେ ଏକ ଆଧ୍ୟାତ୍ମିକତାର ପରିବେଶ ସୃଷ୍ଟି ହୋଇପଡିଥିଲା। ଲୋକେ ଭାବବିହ୍ବଳ ହୋଇ ଏହାକୁ ଉପଭୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri