ଭାଗୀଦାରିରେ ଲୋକଙ୍କୁ ମିଳି ପାରିବ ନ୍ୟାୟୋଚିତ ସେବା

ଜଳେଶ୍ୱର,୧୨।୧୧(ଡି.ଏନ.ଏ.)-ପ୍ରଶାସନ ଓ ଲୋକ ପ୍ରତିନିଧିଙ୍କ ଭାଗୀଦାରିରେ ସମସ୍ତ ଉନ୍ନୟନ କାର୍ଯ୍ୟ ସୂଚାରୁ ରୂପେ ହୋଇପାରିବ ବୋଲି କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କହିଛନ୍ତି। ସୋମବାର ବାଲେଶ୍ୱର ଜିଲା ଜଳେଶ୍ୱର ପଞ୍ଚାୟତ ସମିତିର ଅଷ୍ଟମ ଅଧିବେଶନରେ ଯୋଗ ଦେଇ ସରକାରଙ୍କ କଲ୍ୟାଣକାରୀ ଯୋଜନା କିପରି ଲୋକଙ୍କ ପାଖରେ ପହଞ୍ଚି ପାରିବ, ତାହା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।
ପଞ୍ଚାୟତ ସମିତି ସଭାଗୃହରେ ଅନୁଷ୍ଠିତ ଏହି ଅଧିବେଶନରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ସବିତା ରାଣୀ ଦଳେଇ ଅଧ୍ୟକ୍ଷତା କରିଥିଲେ। କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ପ୍ରଥମଥର ପାଇଁ ଏହି ସମିତି ବୈଠକରେ ଯୋଗଦେଇ ତାଙ୍କ ବକ୍ତବ୍ୟରେ ଆହୁରି କହିଥିଲେ, ସମସ୍ତଙ୍କ ସହଯୋଗରେ କାର୍ଯ୍ୟ କରାଗଲେ ଲୋକଙ୍କୁ ନ୍ୟାୟୋଚିତ ସେବା ମଳିପାରିବ। ଜଳେଶ୍ୱର ବିଧାୟକ ଅଶ୍ୱିନୀ କୁମାର ପାତ୍ର ବୈଠକରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ଅବସରରେ ଏସବୁ ସଫଳ ରୂପାୟନ ଲାଗି ବିଭାଗୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। ଗ୍ରାମ୍ୟ ନିର୍ମାଣ ବିଭାଗ ଦ୍ୱାରା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟରେ ବିଳମ୍ବ ଘଟୁଥିବାରୁ କାର୍ଯ୍ୟ ଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ବୈଠକ ପକ୍ଷରୁ ବିଭାଗୀୟ ଏସ୍‌ଡିଓଙ୍କୁ କୁହାଯାଇଥିଲା। ସେହିପରି ବିଭିନ୍ନ ଜାଗାରେ ବିଦ୍ୟୁତ୍‌ ସଂଯୋଗ କାର୍ଯ୍ୟ ଅଧାପନ୍ତରିଆ ହୋଇ ପଡ଼ିଥିବାବେଳେ କେତେକ ଲୋକଙ୍କ ଘରକୁ ସଂଯୋଗ ଦିଆ ନ ଯାଇ ବିଦ୍ୟୁତ୍‌ ବିଲ୍‌ ପଠାଯିବା ନେଇ ଉପସ୍ଥିତ ସଦସ୍ୟମାନେ ବିଭାଗୀୟ ଅଧିକାରୀଙ୍କ ଉପରେ ବିରକ୍ତି ପ୍ରକାଶ କରିଥିଲେ। ସେହିପରି ଶିକ୍ଷା ଓ ସ୍ବାସ୍ଥ୍ୟ ବିଭାଗରେ ସବୁଠାରୁ ଅଧିକ ଅବହେଳା ପରିଲକ୍ଷିତ ହେଉଛି ବୋଲି ବୈଠକରେ ଅଭିଯୋଗ ହୋଇଥିଲା। ‘ବୁଲ୍‌ବୁଲ୍‌’ ବାତ୍ୟାରେ ବ୍ଲକରେ ବିଭିନ୍ନ ଚାଷର କ୍ଷୟକ୍ଷତି ଆକଳନ କରି ୨ଦିନ ଭିତରେ ରିପୋର୍ଟ ଦାଖଲ କରିବାକୁ ତାଗିଦ୍‌ କରାଯାଇଥିଲା। ଅନ୍ୟପକ୍ଷେ ଭାଙ୍ଗି ଯାଇଥିବା ଘର ସମ୍ପର୍କରେ ତଦନ୍ତ କରି ତୁରନ୍ତ ବିପନ୍ନଙ୍କୁ ପଲିଥିନ୍‌ ଯୋଗାଇ ଦେବାକୁ ତହସିଲଦାରଙ୍କୁ କୁହାଯାଇଥିଲା। ଅଧିବେଶନରେ ବ୍ଲକ ଉପାଧ୍ୟକ୍ଷ ବ୍ରଜମୋହନ ପ୍ରଧାନ, ବିଡିଓ ନିତ୍ୟାନନ୍ଦ ସାହୁ, ଅତିରିକ୍ତ ତହସିଲଦାର କ୍ଷୀରୋଦ ଚନ୍ଦ୍ର ପଣ୍ଡା, ସହକାରୀ ଇଞ୍ଜିନିୟର ମନୋଜ କୁମାର ମୁଣ୍ଡ ଓ ଏମ୍‌ପି ପ୍ରତିନିଧି ଉମାକାନ୍ତ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri