ଭାଙ୍ଗିଗଲାଣି ତନଖି ଫାଟକ ଗୃହ

ଛେଣ୍ଡିପଦା,୧୯।୯(ସ୍ବ.ପ୍ର.) – କାଠ ମାଫିଆଙ୍କ ଉପରେ ରୋକ ଲଗାଇବାକୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା ବନାଞ୍ଚଳର ଉଗୀ-ଅନ୍ତୁଳିଆ ରାସ୍ତାରେ ଥିବା ତନଖି ଫାଟକ କାମରେ ଆସୁନି। ବନ ବିଭାଗ ପକ୍ଷରୁ ତିଆରି ହୋଇଥିବା ଏହି ତନଖି ଫାଟକ ଓ ଗୃହ ତଦାରଖ ଅଭାବରୁ ଭାଙ୍ଗିରୁଜି ଗଲାଣି। ଏଠାରେ ନିୟୋଜିତ ବନ ଅଧିକାରୀଙ୍କ ମଧ୍ୟ ସେଠାରେ ଦେଖାମିଳୁନି। ଫଳରେ ଉକ୍ତ ରାସ୍ତା ଦେଇ ମାଫିଆମାନେ ବିନା ଦ୍ୱିଧାରେ ନିକଟସ୍ଥ ଜଙ୍ଗଲ ପଦା କରି କାଠ ଚାଲାଣ କରିବାରେ ଲାଗିଛନ୍ତି। ଏହାକୁ ନେଇ ଅଞ୍ଚଳବାସୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି।
ସ୍ଥାନୀୟ ଲୋକଙ୍କ ଅଭିଯୋଗ ମୁତାବକ, ଉକ୍ତ ରାସ୍ତା ଦେଇ ମାଫିଆମାନେ ସହଜରେ ଗଛ କାଟି ବାହାରକୁ କାଠ ଚାଲାଣ କରୁଛନ୍ତି। ଏହି ଚୋରି ରୋକିବାକୁ ସେଠାରେ ବନ ବିଭାଗ ପକ୍ଷରୁ ଏକ ତନଖି ଫାଟକ କରାଯାଇଥିଲା। ଏଥିସହ ଜଣେ ଫରେଷ୍ଟରଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲେ ହେଁ ଅଧିକାଂଶ ସମୟରେ ସେ ଅନୁପସ୍ଥିତ ରହୁଛନ୍ତି। ଫଳରେ ମାଫିଆମାନେ ସାତକୋଶିଆ, ଅନ୍ତୁଳିଆ, ଟାଇଁସି ଆଦି ସଂରକ୍ଷିତ ଜଙ୍ଗଲରୁ ବହୁ ମୂଲ୍ୟବାନ କାଠ ଚୋରି କରି ଚାଲାଣ କରୁଛନ୍ତି। ଏଥିସହ ଫାଟକ ନିକଟରେ ଥିବା ଚାଳଘରଟି ଭାଙ୍ଗି ରୁଜି ଗଲାଣି। ତୁରନ୍ତ ସେଠାରେ ତନଖି ଫାଟକ କାର୍ଯ୍ୟକ୍ଷମ କରାଯିବାକୁ ଦାବି ହୋଇଛି। ଏ ସମ୍ପର୍କରେ ଜରପଡା ବନାଞ୍ଚଳ ଅଧିକାରୀ ହୃଦାନନ୍ଦ ନାଏକ କୁହନ୍ତି, ଦାୟିତ୍ୱରେ ଥିବା ଫରେଷ୍ଟର ସେଠାକୁ ଆସୁ ନ ଥିବାରୁ ତନଖି ଫାଟକଠାରେ ଥିବା ଘରଟି ନଷ୍ଟ ହୋଇଗଲାଣି। ଏ ନେଇ ବହୁଥର ତାଙ୍କୁ କୈଫତ ମଗାଯାଇଥିଲେ ବି କୌଣସି ପରିବର୍ତ୍ତନ ନାହିଁ। ଏ ସଂକ୍ରାନ୍ତରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଯିବ।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri