Posted inଜାତୀୟ

ଭାଙ୍ଗିବ ଚନ୍ଦ୍ରାବାବୁଙ୍କ ବିଳାସମୟ କୋଠା: ମୁଖ୍ୟମନ୍ତ୍ରୀ ଜଗନ ମୋହନ ଦେଲେ ନିର୍ଦ୍ଦେଶ

ହାଇଦ୍ରାବାଦ,୨୪।୬: ଆନ୍ଧ୍ରପ୍ରଦେଶ ଅମରାବତୀରେ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ବାସଭବନ ‘ପ୍ରଜା ବେଦିକା’ ଏବେ ଭାଙ୍ଗିବାକୁ ଯାଉଛି। ଏନେଇ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡୀ। ମଙ୍ଗଳବାରଠାରୁ ଏହି କୋଠା ଭାଙ୍ଗିବା କାର୍ଯ୍ୟ ଆରମ୍ଭ ହେବ। ପ୍ରଜା ବେଦିକା ବାସଭବନରେ ଏବେ ଚନ୍ଦ୍ରାବାବୁ ରହୁଥିଲେ। କିଛି ଦିନ ଆଗରୁ ଏହି ବାସଭବନକୁ ସରକାରୀ ଆବାସ ଘୋଷଣା କରିବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଚିଠି ଲେଖି ଦାବି କରିଥିଲେ। ହେଲେ ଶନିବାର ଓ୍ବାଇଏସ୍‌ଆର କଂଗ୍ରେସ ଦଳର ସରକାର ଚନ୍ଦ୍ରାବାବୁଙ୍କ ଏହି ଘରକୁ ଜବତ କରିନେଇ ଭାଙ୍ଗିବାକୁ ନିଷ୍ପତ୍ତି ନେଇଥିଲେ। ତେଲଗୁ ଦେଶମ୍‌ ପାର୍ଟି (ଟିଡିପି)ଏହି କାର୍ଯ୍ୟାନୁଷ୍ଠାନକୁ ପ୍ରତିଶୋଧର ଆଖ୍ୟା ଦେଇଛି। ସରକାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୌଣସି ସମବେଦନା ନ ଦେଖାଇବା ସହ ତାଙ୍କ ଘରର ଆସାବବପତ୍ରକୁ ଅମରାବତୀର ଉନ୍ଦାବଲୀ ଘର ସାମ୍ନାରେ ଫୋଫାଡି ଦିଆଯାଇଥିଲା ବୋଲି ବିରୋଧୀ ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ। NEET-UG…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri