Posted inଜାତୀୟ

ଭାଜପାକୁ କଡ଼ା ସମାଲୋଚନା କଲେ ଆଦିତ୍ୟ

ମୁମ୍ବାଇ,୨୮।୧୨: ସରକାର ଗଠନ ପାଇଁ କିଛି ଦିନ ଧରି ମହାରାଷ୍ଟ୍ରରେ ରାଜନୈତିକ ଡ୍ରାମା ଚାଲିଥିଲା। ଏହାର ଅନ୍ତ ପରେ ଠାକରେ ପରିବାରର ଇତିହାସ ଭାଙ୍ଗି ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ନେଇଥିଲେ। ବିଧାନସଭା ନିର୍ବାଚନ ଫଳାଫଳରେ ଭାଜପା ସବୁଠାରୁ ବଡ଼ ଦଳ ହେବା ପରେ ମଧ୍ୟ ଶାସନ କ୍ଷମତାଠାରୁ ଦୂରେଇ ଯାଇଥିଲା। ଏହାପରେ ଏନ୍‌ସିପି ଓ କଂଗ୍ରେସ ସହ ଶିବସେନା ମେଣ୍ଟ କରି ୨ଦଳର ସମର୍ଥନରେ ସରକାର ଗଠନ କରିଥିଲା। ଯାହାକୁ ନେଇ ପରବର୍ତ୍ତୀ ସମୟରେ ଭାଜପା ଓ ଶିବସେନା ମଧ୍ୟରେ ତିକ୍ତତା ଦେଖାଦେଇଛି। ଶୁକ୍ରବାର ବରେଲିର ବିଧାୟକ ତଥା ଶିବସେନା ମୁଖ୍ୟଙ୍କ ପୁଅ ଆଦିତ୍ୟ ଠାକରେ ଭାଜପାକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଶାସନ କ୍ଷମତାରୁ ଦୁରେଇ ଯାଇଥିବାରୁ ଭାଜପା ଏବେ ଶିବସେନାକୁ ଇର୍ଷା କରୁଛି। କ୍ଷମତାଠାରୁ ବାହାର ହେବା ପରେ ଭାଜପା ଦୁଃଖୀ ହୋଇ ପ୍ରତିହିଂସାରେ ଜଳୁଛି। ହେଲେ ତାଙ୍କୁ ‘ବରନଲ୍‌’ ଲଗାଇବା ପାଇଁ କେବେ ପରାମର୍ଶ ଦେବି ନାହିଁ ବୋଲି ଆଦିତ୍ୟ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଶିବସେନା ଭାଜପାର କଷ୍ଟ ବୁଝୁଛି। କିନ୍ତୁ ଦଳ ନିଜ କାମକୁ ଭଲ ଭାବେ ତୁଲାଉ ଥିବାରୁ ସାଧାରଣଜନତା ତାଙ୍କୁ ବିଶ୍ୱାସ କରଛନ୍ତି। ଏଥିସହ ଲୋକଙ୍କୁ ଦିଆଯାଇଥିବା ପ୍ରତିଶୃତିକୁ ମଧ୍ୟ ଦଳ ପୂରଣ କରିବା ପାଇଁ ପ୍ରୟାସ ଆରମ୍ଭ କରିଦେଇଛି ବୋଲି ସେ କହିଛନ୍ତି। ଯେପରିକି ଋଣ ଛାଡ, ୧୦ଟଙ୍କାରେ ଭୋଜନ ଇତ୍ୟାଦି। ସୂଚନାଯୋଗ୍ୟ, ଚଳିତ ବର୍ଷ ଶିବସେନା ମୁଖ୍ୟଙ୍କ ପୁଅ ଆଦିତ୍ୟ ଠାକରେ ପ୍ରଥମ ଥର ପାଇଁ ସିଧାସଳଖ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ। ବରେଲିରୁ ନିର୍ବାଚନ ଲଢ଼ି ସେ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri