Posted inଜାତୀୟ

ଭାଜପାକୁ ଝଟ୍‌କା ଦେବେକି ଅଜିତ !

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ମହାଭାରତର ମଙ୍ଗଳବାର ଅନ୍ତ ଘଟିବ ବୋଲି ଆଲୋଚନା ହେଉଛି। କାରଣ ଏହାକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ରାୟ ଦେବାର ଅଛି। ହେଲେ ଅନ୍ୟପଟେ ଅଜିତ୍‌ ପାଓ୍ବାର ଭାରତୀୟ ଜନତା ପାର୍ଟି(ଭାଜପା)କୁ ଝଟ୍‌କା ଦେଇପାରନ୍ତି ବୋଲି ମଧ୍ୟ ଆଲୋଚନା ହେଲାଣି। କାରଣ ସୋମବାର ବିଳମ୍ବିତ ରାତିରୁ ଅଜିତଙ୍କର କୌଣସି ପତ୍ତା ମିଳୁ ନାହିଁ। ସେ ବିନା ସୁରକ୍ଷାକର୍ମୀରେ ଘରୁ ବାହାରି ଯାଇଥିବା କୁହାଯାଉଛି। ଆଉ ମଧ୍ୟ ଶୁଣିବାକୁ ମିଳୁଛି କି ସେ ଶରଦ ପାଓ୍ବାର ଓ ସୁପ୍ରିୟା ସୁଲେଙ୍କ ସହ ହୋଟେଲରେ ଅଛନ୍ତି। ଅନ୍ୟ ଏନ୍‌ସିପି ବିଧାୟକଙ୍କ ଭଳି ସେ କୁଆଡେ ଏନ୍‌ସିପି ଅର୍ଥାତ୍‌ ଶରଦ ପାଓ୍ବାରଙ୍କ ନିକଟକୁ ଫେରି ଆସିବେ ବୋଲି ଅନୁମାନ କରାଗଲାଣି। କାରଣ ମଙ୍ଗଳବାର ସକାଳୁ ୨୬/୧୧ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦେବା କାର୍ଯ୍ୟକ୍ରମରେ ଅଜିତ ଯୋଗ ଦେଇ ନାହାଁନ୍ତି। ଏମିତିକି ଗୋଟିଏ ଦିନ ପୂର୍ବରୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଡାକିଥିବା ବୈଠକରେ ମଧ୍ୟ ସେ ଯୋଗ ଦେଇ ନ ଥିଲେ। ଏସବୁକୁ ଦେଖି ଅନୁମାନ କରାଯାଉଛି କି ସେ ହୁଏତ ଏନ୍‌ସିପିକୁ ଅର୍ଥାତ୍‌ ଶରଦ ପାଓ୍ବାରଙ୍କ ନିକଟକୁ ଫେରିପାରନ୍ତି। ଯଦି ଏମିତି ହେଲା ତେବେ ଭାଜପାକୁ ଶକ୍ତ ଧକ୍କା ଲାଗିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ନୂତନ ଭାବେ ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri