Posted inଜାତୀୟ

ପ୍ରଶାନ୍ତଙ୍କୁ ଚେତାବନୀ ଦେଲେ ମମତା

କୋଲକାତା,୨୧ ।୧୨: ଆସନ୍ତା ବର୍ଷ ହେବାକୁ ଯାଉଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ହେଲେ ଏହି ସମୟରେ ଶାସନ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ନେତା ଦଳ ଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଉଥିବା ଦେଖାଯାଇଛି । ଦଳ ମଧ୍ୟ ନିଜର ଅସନ୍ତୁଷ୍ଟ ନେତାଙ୍କୁ ଅଟକାଇ ପାରୁ ନାହିଁ । ଏହାକୁ ନେଇ ଏବେ ଦଳ ମଧ୍ୟରେ କନ୍ଦଳ ସୃଷ୍ଟି ହେଲାଣି । ଏବେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦଳର ନିର୍ବାଚନୀ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଓରଫ୍ ପିକେଙ୍କ ଉପରେ ନାରାଜ ହେଲେଣି । ମିଳିଥିବା ସୂଚନାରୁ ଜଣାପଡିଛି କି ମମତା ସ୍ଥିତି ସମ୍ଭାଳିବାକୁ ନେଇ ପ୍ରଶାନ୍ତଙ୍କୁ ଚେତାବନୀ ଦେଇଛନ୍ତି । ସେ କହିଛନ୍ତି ଯଦି ଏପରି ନ ହୁଏ ତେବେ ତାଙ୍କୁ ଶେଷ ନିଷ୍ପତ୍ତି ନେବାକୁ ପଡିବ । ଅନ୍ୟପଟେ ସୋମବାର ପ୍ରଶାନ୍ତ କିଶୋର ଭାରତୀୟ ଜନତା ପାର୍ଟି(ଭାଜପା)କୁ ଚେତାବନୀ ଦେଇ କହିଛନ୍ତି ଏଥର ବିଧାନସଭା ନିର୍ବାଚନରେ ଭାଜପା ୨ ଅଙ୍କ ଛୁଇଁ ପାରିବ ନାହିଁ । ଗୁରୁତର ସହ ଦେଖିବାକୁ ଗଲେ ମମତା ପ୍ରଶାନ୍ତଙ୍କୁ ଅଲଟିମେଟମ ଦେଇ ଦେଇଛନ୍ତି । ଯଦି ସେ ସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଅସଫଳ ହୁଅନ୍ତି ତେବେ ସେ ନିଜେ ଶେଷ ନିଷ୍ପତ୍ତି ନେବେ । ସୂଚନାଯୋଗ୍ୟ, ଟିଏମ୍‌ସି ଛାଡି ଭାଜପାରେ ଯୋଗ ଦେଇଥିବା କେତେଜଣ ନେତା ଏବେ ଟିଏମ୍‌ସିରେ ଫାଟ ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା ବେଳେ ମମତାଙ୍କୁ ମଇଦାନକୁ ଓହ୍ଲାଇବାକୁ ପଡୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri