Posted inଜାତୀୟ

ଭାଜପାକୁ ସୁରକ୍ଷିତ ଭାବିଲେ ଜ୍ୟୋତିରାଦିତ୍ୟ!

ନୂଆଦିଲ୍ଲୀ,୧୧।୩: ହୋଲି ଉତ୍ସବ ଅବସରରେ ମଧ୍ୟପ୍ରଦେଶ ରାଜନୀତିରେ ଦେଖିବାକୁ ମିଳିଥିବା ସଙ୍କଟକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି। କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେବା ପରେ ଏବେ ଏହାକୁ ନେଇ ଚାଲିଛି ମାନସ ମନ୍ଥନ। ଶୁଣିବାକୁ ମିଳିଛି କି ଜ୍ୟୋତିରାଦିତ୍ୟ ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗ ଦେଇପାରନ୍ତି। ଦେଶର ବିଭିନ୍ନ ସ୍ଥାନରେ ଭାରତୀୟ ଜନତା ପାର୍ଟି(ଭାଜପା)ଏବେ ପରାଜୟ ବରଣ କରୁଥିବା ବେଳେ ଜ୍ୟୋତିରାଦିତ୍ୟ କାହିଁକି ଭାଜପାକୁ ସୁରକ୍ଷିତ ମଣିଲେ ବୋଲି ଆଲୋଚନା ହେଉଛି। କେହି କେହି କହୁଛନ୍ତି, ଦିନଥିଲା ଯେତେବେଳେ ରାହୁଲ ଗାନ୍ଧୀ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ସଚ୍ଚିନ ପାଇଲଟ, ଜିତିନ ପ୍ରସାଦ, ମିଲିନ୍ଦ ଦଓ୍ବେଡାଙ୍କ ଭଳି ଯୁବ କଂଗ୍ରେସ ନେତାଙ୍କୁ ଦେଖି ଅନ୍ୟମାନେ କେତେ କ’ଣ ଚିନ୍ତା କରୁଥିଲେ। ଏମାନେ ଦଳର ମଙ୍ଗ ସମ୍ଭାଳିବେ ବୋଲି ଆଲୋଚନା ହେଉଥିଲା। କଂଗ୍ରେସର ବିଲୟ ସମୟରେ ଏମାନେ ହିଁ କଂଗ୍ରେସକୁ ରାହା ଦେବେ ବୋଲି କୁହାଯାଉଥିଲା। ୨୦୧୪ ନିର୍ବାଚନରେ ରାହୁଲ ଗାନ୍ଧୀଙ୍କ ସମେତ ତାଙ୍କ ଯୁବ ବ୍ରିଗେଡଙ୍କୁ ସକ୍ରିୟ ଥିବା ଦେଖାଯାଇଥିଲା। ହେଲେ ଏମାନଙ୍କର ସବୁ ଆଶା ମଉଳି ଯାଇଥିଲା। ୨୦୧୪ ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ତା’ର ସତ୍ତା ହରାଇବାକୁ ବସିଲା। ଏହାପରେ ୨୦୧୯ରେ ବି ରାହୁଲଙ୍କ ନେତୃତ୍ୱାଧୀନ କଂଗ୍ରେସ ସେମିତି କିଛି ଭଲ ପ୍ରଦର୍ଶନ କରି ନ ଥିଲା। ଏହାପରେ କିନ୍ତୁ ଭାଜପା ଉପରେ ଅସନ୍ତୁଷ୍ଟ ଥିବା କିଛି ରାଜ୍ୟରେ ପୁଣି କଂଗ୍ରେସ ଶାସନ କଲା। କିନ୍ତୁ ସେତେବେଳକୁ ରାହୁଲ ଦଳରୁ ସାମାନ୍ୟ ଦୂରେଇ ଗଲେ। ଆଉ ଏପଟେ ତାଙ୍କ ଯୁବ ବ୍ରିଗେଡ ଏକ ପ୍ରକାର ଭାଙ୍ଗି ଗଲା ବୋଲି କୁହାଗଲା। ଏହାପରେ ବି ମାଧବ ରାଓ ସିନ୍ଧିଆ ଓ ରାଜୀବ ଗାନ୍ଧୀଙ୍କ ମଧ୍ୟରେ ଥିବା ସମ୍ପର୍କକୁ ନେଇ ଜ୍ୟୋତିରାଦିତ୍ୟ ବହୁଦିନ କଂଗ୍ରେସରେ ରହିଲେ। ହେଲେ ଏବେ ସେ ଅସନ୍ତୁଷ୍ଟ ହୋଇ ଦଳରୁ ଇସ୍ତଫା ଦେଇଥିବା କୁହାଯାଉଛି। ଅନ୍ୟପଟେ ଭାଜପାରେ ସମ୍ମାନ ଓ ରାଜ୍ୟସଭା ଯିବାର ରାସ୍ତା ସଫା ଥିବାରୁ ସେ ଭାଜପାକୁ ସୁରକ୍ଷିତ ମଣିଛନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri