Posted inଖେଳ

ଭାଜପାରେ ବବିତା, ବାପା ମହାବୀର

ନୂଆଦିଲ୍ଲୀ,୧୨।୮- ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକଧାରୀ ବବିତା ଫୋଗଟ ଓ ତାଙ୍କ ବାପା ତଥା କୋଚ୍‌ ମହାବୀର ଫୋଗଟ ସୋମବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗ ଦେଇଛନ୍ତି। ପୂର୍ବରୁ ଜନନାୟକ ଜନତା ପାର୍ଟି (ଜେଜେପି) ସ୍ପୋଟର୍‌ସ ସେଲ୍‌ର ମୁଖ୍ୟ ଥିଲେ ମହାବୀର। ହରିୟାଣା ବିଧାନ ସଭା ନିର୍ବାଚନର ଦୁଇ ମାସ ପୂର୍ବରୁ ମହାବୀର ଏହି ନିଷ୍ପତ୍ତି ନେଇଛନ୍ତି। ୨୦୧୪ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଚାମ୍ପିୟନ ୨୦୧୮ ଗୋଲ୍ଡକୋଷ୍ଟ ଇଭେଣ୍ଟରେ ରୌପ୍ୟ ପଦକ ହାତେଇଥିଲେ। ଏହା ବାଦ୍‌ ଜମ୍ମୁ-କଶ୍ମୀରରୁ ୩୭୦ ଓ ୩୫ ଏ’ ଧାରା ଉଚ୍ଛେଦ ଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତିରେ ଅନୁପ୍ରାଣିତ ହୋଇଥିବା ମହାବୀର କହିଛନ୍ତି। ଉଲ୍ଲେଖଥାଉ କି, ଗତ ସୋମବାର ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ କରିବା ନିଷ୍ପତ୍ତିକୁ ବବିତା ପ୍ରଶଂସା କରିଥିଲେ। ଏହି ଦିନ ସର୍ବଦା ମନେରହିବ। ପ୍ରଧାନମନ୍ତ୍ରୀ ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସଲାମ। ଏହାପରେ ଭାରତ ସହ ପାକିସ୍ତାନ ସମସ୍ତ ପ୍ରକାର ଯୋଗାଯୋଗ ବାତିଲ କରିବା ଘଟଣା ଉପରେ ମଧ୍ୟ ସେ କମେଣ୍ଟ କରିଥିଲେ। ପଙ୍କଚର ମାରୁଥିବା ଦେଶ ଏମ୍‌ଆରଏଫ୍‌ ସମ୍ପର୍କ ଛିନ୍ନ କରୁଥିବା ସେ ଟୁଇଟ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri