Posted inଜାତୀୟ

ଭାଜପାରେ ସାମିଲ ନ ହେବାରୁ ନେତାଙ୍କ ଉପରେ ଚାପ ପକାଯାଉଛି: ଶରଦ ପାଓ୍ବାର

ମୁମ୍ବାଇ,୨୮।୭: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନ୍‌ସିପି) ଅଧ୍ୟକ୍ଷ ଶରଦ ପାଓ୍ବାର କେନ୍ଦ୍ରର ଭାଜପା ସରକାରଙ୍କ ଉପରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ପାଓ୍ବାର କହିଛନ୍ତି ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ଭାଜପା ନିଜ ଶକ୍ତିର ଦୂରୁପଯୋଗ କରୁଛି। ଯେଉଁନେତାମାନେ ଭାଜପାରେ ସାମିଲ ହେବାକୁ ରାଜି ନୁହେଁ ସେମାନଙ୍କ ଉପରେ ଭାଜପା ଚାପ ପକାଉଛି ବୋଲି ପାଓ୍ବାର କହିଛନ୍ତି। ସେ ଆହୁରି କହିଛନ୍ତି ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ଏନ୍‌ସିପି ଓ କଂଗ୍ରେସ ମଧ୍ୟରେ ପାଖାପାଖି ୨୪୦ ଆସନକୁ ନେଇ କଥାବାର୍ତ୍ତା ସରିଛି। ଅନ୍ୟ ଆସନ ଗୁଡିକ ପାଇଁ ଅନ୍ୟ ଦଳମାନଙ୍କ ସହ ମଧ୍ୟ କଥାବାର୍ତ୍ତା ଚାଲିଛି। ଆସନ୍ତା ୮-୧୦ଦିନ ମଧ୍ୟରେ ସବୁ ଆସନକୁ ନେଇ କଥାବର୍ତ୍ତା ହୋଇଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ଶରଦ ପାଓ୍ବାରଙ୍କ ବୟାନର ଉତ୍ତର ଦେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ କହିଛନ୍ତି ଏନ୍‌ସିପି ଓ କଂଗ୍ରେସର ବହୁ ନେତା ଭାଜପାରେ ସାମିଲ ହେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ହେଲେ ସେମାନଙ୍କ ମଧ୍ୟରୁ ବଛାବଛା ନେତାଙ୍କୁ ଭାଜପା ଗ୍ରହଣ କରିବ ବୋଲି ଫଡନବିଶ କହିଛନ୍ତି। ଯେଉଁମାନଙ୍କ ନାଁ ଇଡି କିମ୍ବା ଅନ୍ୟ କୌଣସି ଯାଞ୍ଚ ଏଜେନ୍ସି ତାଲିକାରେ ଅଛି ସେମାନଙ୍କୁ ଗ୍ରହଣ କରାଯିବ ନାହିଁ ବୋଲି ସେ କହିଛନ୍ତି। ଭାଜପା କେବେବି କାହା ଉପରେ ଦଳରେ ସାମିଲ ହେବାକୁ ନେଇ ଚାପ ପକାଇ ନାହିଁ ଲୋକେ ଆପଣାଛାଏଁ ଭାଜପାରେ ସାମିଲ ହେବାକୁ ଆସୁଛନ୍ତି। ତେଣୁ ପାଓ୍ବାର ନିଜ ଦଳକୁ ନେଇ ଆତ୍ମସମୀକ୍ଷା କରନ୍ତୁ ବୋଲି ଫଡନବିଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri