ଭାଜପାର ଗାନ୍ଧୀ ସଂକଳ୍ପ ପଦଯାତ୍ରା: ଲବଣତୀର୍ଥରୁ ଆରମ୍ଭ ହୋଇ ରକ୍ତତୀର୍ଥରେ ସରିଲା

ବାସୁଦେବପୁର,୧୯।୧୦(ଡି.ଏନ୍‌.ଏ.): ବାସୁଦେବପୁର ଭାଜପା ଶାଖା ପକ୍ଷରୁ ଗାନ୍ଧୀ ସଙ୍କଳ୍ପ ପଦଯାତ୍ରା ଶନିବାରଠାରୁ ଲବଣତୀର୍ଥ ଚୁଡ଼ାମଣିରୁ ଆରମ୍ଭ ହୋଇ ରକ୍ତତୀର୍ଥ ଇରମ ଶହୀଦ ପୀଠରେ ଶେଷ ହୋଇଛି। ସକାଳେ ଦଳୀୟ କର୍ମୀମାନେ ଚୁଡ଼ାମଣି ସ୍ମୃତିସ୍ତମ୍ଭରେ ମାଲ୍ୟାର୍ପଣ କରିବା ପରେ ପଦଯାତ୍ରା ଆରମ୍ଭ ହୋଇଥିଲା। ଅଭିମନ୍ୟୁ ସେଠୀ ଏହାକୁ ଶୁଭାରମ୍ଭ କରିବା ପରେ ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ନେତା ମାଧବାନନ୍ଦ ମଲିକ, ପୂର୍ବତନ ନଗରପାଳ ପଞ୍ଚାନନ ସେନାପତି, ଜିଲା ସାଧାରଣ ସମ୍ପାଦକ ମଧୁସୂଦନ ପାଢ଼ୀ, ଉଦୟ ନାରାୟଣ ମଲ୍ଲିକ, ନିର୍ମଳ ପଣ୍ଡା, ମାୟାଧର ଦାସ ପ୍ରମୁଖଙ୍କ ସହ ଶହେରୁ ଊର୍ଦ୍ଧ୍ୱ କର୍ମୀ ସାମିଲ ହୋଇଥିଲେ। ଏହାପରେ ଆୟୋଜିତ ପଥପ୍ରାନ୍ତ ସଭାରେ ଗାନ୍ଧୀଜୀଙ୍କ ଆଦର୍ଶ ସମ୍ପର୍କରେ ଆଲୋଚନା କରାଯାଇ ଅହିଂସାକୁ ଅଗ୍ରାଧିକାର ଦେବାକୁ ଅତିଥିମାନେ ମତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri