Posted inଜାତୀୟ

ଭାଜପାର ପ୍ଲାନ ‘ବି’କୁ ନେଇ ମତ ରଖିଲେ ଫଡନବିସ

ମୁମ୍ବାଇ,୨୯।୧୦: ମହାରାଷ୍ଟ୍ରରେ ଶିବସେନାର ନଖରାମି ପରେ ଏବେ ଭାଜପା ପ୍ଲାନ ‘ବି’ ପ୍ରସ୍ତୁତିରେ ରହିଥିବା ଆଲୋଚନା ହେଉଛି। ଭାଜପାର ରାଜ୍ୟସଭା ଏମ୍‌ପି ସଞ୍ଜୟ କାକଡେ କହିଛନ୍ତି, ଭାଜପା ଶିବସେନା ବିନା ମହାରାଷ୍ଟ୍ରରେ ସରକାର ଗଢିବ। ସେ କହିଛନ୍ତି ଶିବସେନାର ୫୬ ବିଧାୟକଙ୍କ ମଧ୍ୟରୁ ୪୫ ଜଣ ଭାଜପା ସହ ସମ୍ପର୍କରେ ଅଛନ୍ତି। ତେଣୁ ସେମାନେ ଭାଜପାକୁ ସମର୍ଥନ କରିବେ। ଆଉ ଏହା ଯଦି ସତ ହୁଏ ତେବେ ଶିବସେନା ବିନା ଭାଜପା ସରକାର ଗଠନ କରିବା କିଛି ବିଚିତ୍ର କଥା ନୁହେଁ। ଏପଟେ ରାଜନୈତୀକ ବିଷ୍ଳେଶକଙ୍କ ମତ ହେଉଛି ଭାଜପା ପ୍ଲାନ୍‌ ‘ବି’ ପାଇଁ ଯଦି ପ୍ରସ୍ତୁତି ଚଳାଇଛି ତେବେ ଏହା ଶିବସେନା ଉପରେ ଚାପ ପକାଇବାକୁ ଭାଜପା ପ୍ରେସର ପଲିଟିକ୍ସ ଖେଳ ଆରମ୍ଭ କରିଦେଇଛି। ଏହାପରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ କହିଛନ୍ତି ଭାଜପା କୌଣସି ପ୍ଲାନ ଉପରେ କାମ କରୁନାହିଁ। କାରଣ ଦଳର ଅଧ୍ୟକ୍ଷ ଅମିତ ଶାହ ମୁଖ୍ୟମନ୍ତ୍ରୀ ପଦକୁ ନେଇ କୌଣସି ନିଷ୍ପତ୍ତି ନେଇ ନାହାଁନ୍ତି। ତେବେ ମହାରାଷ୍ଟ୍ରର ଏହି ରାଜନୀତି ଉପରେ ଆସନ୍ତା ୩୧ ତାରିଖରେ ଯାହା ନିଷ୍ପତ୍ତି ନିଆଯିବ ବୋଲି ଭାଜପା ପକ୍ଷରୁ କୁହାଯାଇଥିବା ସୂଚନା ମିଳିଛି। ଯଦି ଏଥିରେ ଶିବସେନା ନ ମାନେ ତେବେ ଭାଜପା ପ୍ଲାନ ‘ବି’ ପାଇଁ କାମ କରିବ ବୋଲି ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି। ଅନ୍ୟପଟେ ମହାରାଷ୍ଟ୍ରରେ ଭାଜପା ସରକାର ଗଠନ କରିବ ବୋଲି ଫଡନବିସ ଦୃଢ ଭାବେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…

ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

ଚାଇନାକୁ ଧମକ ଦେଲେ ଟ୍ରମ୍ପ, ଏମିତି କଲେ ଭୋଗିବ ପରିଣାମ: ସାରା ବିଶ୍ୱ ହଲଚଲ

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣାର କିଛି ଦିନ ପରେ ଉଭୟ ଦେଶର ପ୍ରତିନିଧି ଦଳ ପାକିସ୍ତାନରେ ମୁହାଁମୁହିଁ ଆଲୋଚନା କରିଥିଲେ।…

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri