ଭାଜପାର ବିଜୟ ସଂକଳ୍ପ ସମାବେଶ: କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରୁ ନ ଥିବା ରାଜ୍ୟ ସରକାରଙ୍କୁ ହଟାଅ; ରାଜନାଥ

କଟକ ସଦର, ୨୦।୪ (ଡି.ଏନ୍‌.ଏ.): କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରିପାରୁ ନ ଥିବା ରାଜ୍ୟ ସରକାର ଓଡ଼ିଶାର ପ୍ରଗତିରେ ମୁଖ୍ୟ ପ୍ରତିବନ୍ଧକ ସାଜିଛନ୍ତି। ଆସନ୍ତା ସାଧାରଣ ନିର୍ବାଚନରେ ଅପାରଗ ରାଜ୍ୟ ସରକାରକୁ ହଟାଇ ଭାଜପାକୁ କ୍ଷମତାସୀନ କରିବା ପାଇଁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। କଟକ ସଦର ନିର୍ବାଚନ ମଣ୍ଡଳୀ ଅଧୀନ କିଶୋର ନଗରଠାରେ ଶୁକ୍ରବାର ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ ରାଜନାଥ ଯୋଗଦେଇ କେନ୍ଦ୍ର ସରକାରଙ୍କ ସଫଳତା ସମ୍ପର୍କରେ କହିଥିଲେ। ୨୦୧୪ ସୁଦ୍ଧା ୧୦ଟି ବିତ୍ତଶାଳୀ ଦେଶ ମଧ୍ୟରେ ଭାରତ ନବମ ସ୍ଥାନରେ ରହିଥିବାବେଳେ ୨୦୧୯ରେ ଏହା ଷଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛି। ସେହିପରି କଂଗ୍ରେସ ସରକାର ଅମଳରେ ୧୨ କୋଟି ପରିବାରକୁ ଗ୍ୟାସ୍‌ ସଂଯୋଗ ମିଳିଥିବାବେଳେ ମୋଦି ସରକାର ଉଜ୍ଜ୍ୱଳା ଯୋଜନା ମାଧ୍ୟମରେ ଗତ ସାଢେ ୪ ବର୍ଷ ମଧ୍ୟରେ ୧୩ କୋଟି ପରିବାରକୁ ନୂଆ ଗ୍ୟାସ୍‌ ସଂଯୋଗ ଦେଇଥିବା ନେଇ ରାଜନାଥ କହିଥିଲେ। ତେଶୁ କେନ୍ଦ୍ର ଓ ରାଜ୍ୟରେ ଭାଜପାର ଡବଲ ଇଞ୍ଜିନ ସରକାରକୁ କ୍ଷମତାସୀନ କରିବା ପାଇଁ ରାଜନାଥ କହିଥିଲେ। ଏଥିସହ ଦଳୀୟ ଏମ୍‌ପି ଓ ବିଧାୟକ ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇ ଜିତାଇବା ପାଇଁ ସେ ଉପସ୍ଥିତ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। ଏହି ସମାବେଶରେ ଦଳର କଟକ ଲୋକ ସଭା ପ୍ରାର୍ଥୀ ପ୍ରକାଶ ମିଶ୍ର, କଟକ ସଦର ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଦିଲ୍ଲୀପ ମଲ୍ଲିକଙ୍କ ସମେତ ହୃଷୀକେଶ ଜେନା, ବିନୋଦ ଦାଶ, ସାଧୁ ଜେନା, ବ୍ଲକ ଅଧ୍ୟକ୍ଷା ଶ୍ରୀମନ୍ତିନୀ ବେହେରା, ପ୍ରତିଭା ଶତପଥୀ ଓ କ୍ଷୀରୋଦ ଚନ୍ଦ୍ର ଦଳେଇ ଉପସ୍ଥିତ ଥିଲେ। ଭାଜପା ରାଜ୍ୟ ସମ୍ପାଦକ ସତ୍ୟ ଜେନା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri