ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ହେଲେ ସାହେବ ଖିଲ, କହିଲେ ଦଳକୁ ମଜବୁତ କରିବାକୁ…

କୋରାପୁଟ, ୧୪।୪(ଅମିତାଭ ବେହେରା ): ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଭାବେ ସାହେବ ଖିଲଙ୍କୁ ନିଯୁକ୍ତ କରିଛି। ଅନୁସୂଚିତ ଜାତି ମୋର୍ଚ୍ଚାର ସଭାପତି ଭାବେ ଚୟନ କରାଯାଇଥିବାରୁ ସେ କୋରାପୁଟ ବିଧାୟକ ରଘୁରାମ ମାଛ ଓ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ସମସ୍ତ ଭାଜପା ନେତା ଓ କର୍ମୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସାହେବ ଖିଲ ଭାଜପାରେ ବହୁ ବର୍ଷ ଧରି ଶୃଙ୍ଖଳିତ କର୍ମୀ ଭାବେ କାର୍ଯ୍ୟ କରି ଆସୁଛନ୍ତି। ସାଧାରଣ ନିର୍ବାଚନରେ ତାଙ୍କର ଭୂମିକା ଅନେକ ରହିଥିଲା। ଦଳକୁ ଆଗକୁ ନେବା ପାଇଁ ସେ ସବୁବେଳେ ତତ୍ପରତା ଦେଖାଇ ଆସିଛନ୍ତି। ଗାଁ ଗାଁରେ ଲାଗି ରହିଥିବା ସମସ୍ୟାକୁ ଦଳୀୟ ନେତା ଓ ପ୍ରଶାସନଙ୍କ ପାଖରେ ଉପସ୍ଥାପନା କରି ସମସ୍ୟାର ସମାଧାନ କରୁଛନ୍ତି। ଆଗକୁ ଦଳକୁ ମଜବୁତ କରିବା ସହିତ ଲୋକମାନଙ୍କ ସମସ୍ୟା ସମାଧାନ କରିବା ଦିଗରେ ଚେଷ୍ଟା ଜାରି ରଖିବି ବୋଲି ସାହେବ ଖିଲ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ଭୀଷଣ ତାଣ୍ଡବ: ତପ୍ତପାଣିରେ ଘର ଉପରେ ପଡ଼ିଗଲା ଗଛ, ଭିତରେ ଶୋଇଥିଲେ ପରିବାର

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଗୁରୁବାର ରାତି ପ୍ରାୟ ସାଢେ ୧୧ ଟାରୁ ଭୋର ୪…

ଶ୍ରମିକ ଦିବସରେ ପୁରୁଣା କଥାକୁ ମନେ ପକାଇଲେ ଶେଖ ହସିନା, କହିଲେ ଆମେ ଦେଢ ଦଶକରେ ଯାହା କରିଥିଲୁ, ୟୁନୁସ ସରକାର…

ଢାକା,୧।୫: ଶୁକ୍ରବାର ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ, ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ତାଙ୍କ ଦେଶର ବର୍ତ୍ତମାନର ପରିସ୍ଥିତିକୁ ଚିନ୍ତାଜନକ ବୋଲି ବର୍ଣ୍ଣନା କରିଥିଲେ। ହସିନା…

Nobel Peace Prize: ଟ୍ରମ୍ପଙ୍କୁ ମିଳିବ ନୋବେଲ ଶାନ୍ତି ପୁରସ୍କାର? ୨୮୭ ଜଣଙ୍କ ନାମ ସର୍ଟଲିଷ୍ଟ କରୁଛି କମିଟି

ଓସଲୋ,୧।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ପ୍ରକୃତରେ, ୨୦୨୬ ନୋବେଲ ଶାନ୍ତି ପୁରସ୍କାର ପାଇଁ ଟ୍ରମ୍ପ ମନୋନୀତ ହୋଇପାରନ୍ତି।…

୪ ଦୁର୍ଗମ ଗ୍ରାମର ୫୯ ଜଣଙ୍କୁ ମିଳିବ ଜନ୍ମ ପ୍ରମାଣପତ୍ର

ଗୁଡାରି , ୧।୫ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡାରି ତହସିଲଦାର ଏ. ସ୍ନେହଲତାଙ୍କ ନେତୃତ୍ୱରେ କାର୍ଯ୍ୟାଳୟର ଏକ ଟିମ୍‌ ବ୍ଲକର ଦୁର୍ଗମ ଅଞ୍ଚଳ…

୪ ସାଙ୍ଗ ମିଶି ଦୁଇ ବାଇକ୍‌ରେ ଯାଉଥିଲେ, ବାଟରେ ଛକିଥିଲା ଯମ, ଚାଲିଗଲା ୨ ଜୀବନ

ଭଞ୍ଜନଗର,୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର-ସୋରଡ଼ା ମୁଖ୍ୟ ରାସ୍ତାର କାଳିଆଗୁଡ଼ା ନିକଟରେ ଗୁରୁବାର ରାତିରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ବାଇକ୍‌ରେ ଯାଉଥିବା ଦୁଇଜଣ ଯୁବକଙ୍କ…

‘ମୋର ଗୋଟିଏ କଲ୍‌ରେ ୮ ମହିଳାଙ୍କ ମୃତ୍ୟୁଦଣ୍ଡ ବନ୍ଦ ହୋଇଥିଲା’ – ଇରାନକୁ ନେଇ କାହିଁକି ବଡ଼ ବଡ଼ ଦାକି କରୁଛନ୍ତି ଟ୍ରମ୍ପ? ଜାଣନ୍ତୁ…

ତେହରାନ,୧।୫: ଗୁରୁବାର, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ପରିସ୍ଥିତି ସମ୍ପର୍କରେ ଅନେକ ବଡ଼ ଦାବି କରିଥିଲେ। ସେ କହିଥିଲେ ଯେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନ ଇରାନ…

ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ…

ନୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍‌ ନ ଥିବାବେଳେ…

ଆଇସିଏସ୍‌ଇ ଦଶମ ପରୀକ୍ଷାଫଳ ପ୍ରକାଶ: ସତ୍ୟଜିତ ହୋତା ନ୍ୟୁଲାଇଫ୍‌ ଇଂଲିଶ ମିଡିୟମ ବିଦ୍ୟାଳୟ ଟପ୍ପର

ବିଷମ କଟକ, ୧।୫(ପ୍ରସନ୍ନ କୁମାର ପଣ୍ଡା): ଆଇସିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏଥିରେ ରାୟଗଡା ଜିଲା ବିଷମ କଟକ ବ୍ଲକ ସଦର ନ୍ୟୁଲାଇଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri