Posted inଜାତୀୟ

ଭାଜପା କର୍ମୀଙ୍କ ଘରେ ଭୋଜନ କରିବାରୁ ଶାହାଙ୍କୁ ଟାର୍ଗେଟ କଲେ ବଲିଉଡ୍‌ ଅଭିନେତ୍ରୀ

ନୂଆଦିଲ୍ଲୀ,୨୭।୧: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓ ଦିଲ୍ଲୀର ଭାଜପା ମୁଖ୍ୟ ମନୋଜ ତିଓ୍ବାରୀଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରେ ଶାହା ଓ ମନୋଜ ଭୋଜନ କରୁଥିବାର ଦେଖିବାକୁ ମିଳିଛି। ଅପରପକ୍ଷେ ଏହି ଫଟୋକୁ ନେଇ ବଲିଉଡ୍‌ ଅଭିନେତ୍ରୀ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ସୂଚନାଯୋଗ୍ୟ, ଯମୁନା ବିହାରରେ ରହୁଥିବା ଜଣେ ଭାଜପା କର୍ମକର୍ତ୍ତାଙ୍କ ଘରେ ଶାହା ଓ ମନୋଜ ରାତ୍ରୀ ଭୋଜନ କରିଥିଲେ। ସେହି ସମୟର ଏକ ଫଟୋକୁ ଟୁଇଟରରେ ଶେୟାର କରାଯାଇଥିଲା।

ଏଥିରେ ତାଙ୍କ ଥାଳିରେ ଡାଲି, ରୁଟି ଓ ତରକାରି ପରସାଯାଇଥିବା ଦେଖିବାକୁ ମିଳିଛି। ପରସାଯାଇଥିବା ସମସ୍ତ ବାସନଗୁଡ଼ିକ ନୂତନ ଭଳି ଦେଖାଯାଉଥିବାରୁ ଏହାକୁ ନେଇ ବଲିଉଡ୍‌ ଅଭିନେତ୍ରୀ ସୟାନି ଗୁପ୍ତା ଶାହା ଓ ମନୋଜଙ୍କୁ ଟାର୍ଗେଟ କରିଛନ୍ତି। ଏଥିସହ ସେ କହିଛନ୍ତି, ମୋତେ ଫିଲ୍ମ ‘ଆର୍ଟିକଲ-୧୫’ର ଏକ ସଂଳାପ ମନେପଡ଼ୁଛି। ଯେଉଁଥିରେ କୁହାଯାଇଛି, ମହନ୍ତ ନିଜ ଘରୁ ଖାଦ୍ୟ ଆଣିବା ସହ ବାସନ ମଧ୍ୟ ଆଣିଛନ୍ତି। ସୟାନିଙ୍କ ଏହି ବୟାନ ଏବେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛ: ମୋଦି

ଜୟପୁର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜସ୍ଥାନର ଟୋଙ୍କାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ମୋର ୯୦ ସେକେଣ୍ଡର ଭାଷଣ କଂଗ୍ରେସ...

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri