ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା ଉଦ୍ୟମ ମାମଲା: ଫେରାର ୨ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୧୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମର ଜିଲା ଭାଜପା ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ବାପି ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ମାମଲାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ସୋମବାର ପୂର୍ବାହ୍ନରେ କେ.ନୂଆଗାଁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଦ୍ବୟ ହେଲେ ଦେଓଖାଳି ଗାଁର ରଜିତ ପ୍ରଧାନ ଏବଂ କୁନା ପ୍ରଧାନ। ପୋଲିସ ସେମାନଙ୍କ ନିକଟରୁ ଘଟଣାରେ ବ୍ୟବହୃତ ବାଇକ ଓ ଠେଙ୍ଗା ଜବତ କରଛି। ଗତ ଶନିବାର ବାପି ଗାଁର ରାମ ମନ୍ଦିର ନିକଟ ପ୍ରତାପ ପ୍ରଧାନଙ୍କ ସିମେଣ୍ଟ ଦୋକାନରେ ବସିଥିଲେ। ପୂର୍ବାହ୍ନରେ ଦେଓଖାଳି ଗାଁର ଯୁବକ ଦ୍ବୟ ସେଠାରେ ପହଞ୍ଚି ଏକ ଠେଙ୍ଗାରେ ତାଙ୍କୁ ଅତର୍କିତ ଆକ୍ରମଣ କରି ହତ୍ୟା ଉଦ୍ୟମ କରି ଥିଲେ। ବାପି ଏ ନେଇ କେ. ନୂଆଗାଁ ଥାନାରେ ଏତଲା ଦେବା ପରେ ଥାନା ମାମଲା ନଂ. ୧୮୪/୨୦ ଅନୁଯାୟୀ ଅଭିଯୁକ୍ତ ଦ୍ବୟଙ୍କ ବିରୋଧରେ ମକଦ୍ଦମା ରୁଜୁ କରାଯାଇଥିଲା। ଘଟଣା ଦିନଠାରୁ ଅଭିଯୁକ୍ତ ଦ୍ବୟ ଫେରାର ଥିଲେ। ସେମାନେ ଗାଁକୁ ଫେରିଥିବା ଖବରପାଇ ପୋଲିସ ଉଭୟଙ୍କୁ ଗିରଫ କରିଛି। ଉଭୟଙ୍କ କୋଭିଡ ପରୀକ୍ଷା କରାଯାଇଛି। ରିପୋର୍ଟ ମିଳିବାପରେ ମଙ୍ଗଳବାର ଅଭିଯୁକ୍ତ ଦ୍ବୟଙ୍କୁ କୋର୍ଟଚାଲାଣ କରାଯିବ ବୋଲି ଆଇଆଇସି ମାଧବାନନ୍ଦ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri