ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା ଉଦ୍ୟମ ମାମଲା: ଫେରାର ୨ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୧୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମର ଜିଲା ଭାଜପା ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ବାପି ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ମାମଲାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ସୋମବାର ପୂର୍ବାହ୍ନରେ କେ.ନୂଆଗାଁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଦ୍ବୟ ହେଲେ ଦେଓଖାଳି ଗାଁର ରଜିତ ପ୍ରଧାନ ଏବଂ କୁନା ପ୍ରଧାନ। ପୋଲିସ ସେମାନଙ୍କ ନିକଟରୁ ଘଟଣାରେ ବ୍ୟବହୃତ ବାଇକ ଓ ଠେଙ୍ଗା ଜବତ କରଛି। ଗତ ଶନିବାର ବାପି ଗାଁର ରାମ ମନ୍ଦିର ନିକଟ ପ୍ରତାପ ପ୍ରଧାନଙ୍କ ସିମେଣ୍ଟ ଦୋକାନରେ ବସିଥିଲେ। ପୂର୍ବାହ୍ନରେ ଦେଓଖାଳି ଗାଁର ଯୁବକ ଦ୍ବୟ ସେଠାରେ ପହଞ୍ଚି ଏକ ଠେଙ୍ଗାରେ ତାଙ୍କୁ ଅତର୍କିତ ଆକ୍ରମଣ କରି ହତ୍ୟା ଉଦ୍ୟମ କରି ଥିଲେ। ବାପି ଏ ନେଇ କେ. ନୂଆଗାଁ ଥାନାରେ ଏତଲା ଦେବା ପରେ ଥାନା ମାମଲା ନଂ. ୧୮୪/୨୦ ଅନୁଯାୟୀ ଅଭିଯୁକ୍ତ ଦ୍ବୟଙ୍କ ବିରୋଧରେ ମକଦ୍ଦମା ରୁଜୁ କରାଯାଇଥିଲା। ଘଟଣା ଦିନଠାରୁ ଅଭିଯୁକ୍ତ ଦ୍ବୟ ଫେରାର ଥିଲେ। ସେମାନେ ଗାଁକୁ ଫେରିଥିବା ଖବରପାଇ ପୋଲିସ ଉଭୟଙ୍କୁ ଗିରଫ କରିଛି। ଉଭୟଙ୍କ କୋଭିଡ ପରୀକ୍ଷା କରାଯାଇଛି। ରିପୋର୍ଟ ମିଳିବାପରେ ମଙ୍ଗଳବାର ଅଭିଯୁକ୍ତ ଦ୍ବୟଙ୍କୁ କୋର୍ଟଚାଲାଣ କରାଯିବ ବୋଲି ଆଇଆଇସି ମାଧବାନନ୍ଦ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri