ଭାଜପା କ୍ଷମତାକୁ ଆସିଲେ ଖଣି, ଚିଟ୍‌ଫଣ୍ଡ ଚୋର ଜେଲ୍‌ ଯିବେ :ଧର୍ମେନ୍ଦ୍ର ପ୍ରଧାନ

ଭଦ୍ରକ ଅଫିସ/ପଦ୍ମପୁର/ତିହିଡି,୨୭।୪ (ଡି.ଏନ.ଏ.):ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭଦ୍ରକ ଜିଲା ଗସ୍ତରେ ଆସି ଦଳୀୟ ବିଧାୟକ ପ୍ରାର୍ଥୀ ମନମୋହନ ସାମଲ, ମାଧବାନନ୍ଦ ମଲ୍ଲିକ, ବିଷ୍ଣୁ ସେଠୀ ଓ ଡା. ପ୍ରଦୀପ ନାୟକଙ୍କ ସମେତ ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କ ପାଇଁ ଜନସମର୍ଥନ ଲୋଡ଼ିଛନ୍ତି। ଏହି ଅବସରରେ ପୀରହାଟରେ ବିଜୟ ସଙ୍କଳ୍ପ ସମାବେଶ ଓ ଭଦ୍ରକରେ ରୋଡ୍‌ ଶୋ’ ଅନୁଷ୍ଠିତ ହୋଇଥିଲା। ଏଥିରେ ଉଦ୍‌ବୋଧନ ଦେଇ କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଲେ ରାଜ୍ୟ ସରକାର ମିଛରେ ବିଭିନ୍ନ ଯୋଜନା ନଁା କହି ବାହାବା ନେଉଛନ୍ତି। ଏଠାରେ ଡବଲ୍‌ ଇଞ୍ଜିନ ସରକାରର ଆବଶ୍ୟକତା ରହିଛି। ଏଥିପାଇଁ ଦଳୀୟ ବିଧାୟକ ଓ ଲୋକ ସଭା ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ସେ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ।
ଲଙ୍କେଶ୍ୱରୀ ମଣ୍ଡଳ ସଭାପତି ଶଶୀକାନ୍ତ ବିଶ୍ୱାଳଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଲେ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ନିଶ୍ଚିତ ଗଠିତ ହେବ। ସରକାର ଗଠନର ୩ ମାସ ମଧ୍ୟରେ ଖଣି ଓ ଚିଟ୍‌ଫଣ୍ଡ ଚୋର, ପିସି ଖିଆମାନଙ୍କୁ ଜେଲ ପଠାଯିବ। ଏମ୍‌ପି ପ୍ରାର୍ଥୀ ଅଭିମନ୍ୟୁ ସେଠୀ, ବରିଷ୍ଠ ନେତା ପ୍ରତାପ ଧଳ, ରଘୁନାଥପାଲି ବିଧାୟକ ପ୍ରାର୍ଥୀ ଯୋଗେନ୍ଦ୍ର ବେହେରା, ସୁନ୍ଦରଗଡ଼ ଜିଲା ପାନପୋଷର ସାଙ୍ଗଠନିକ ଜିଲା ସମ୍ପାଦକ ଅମରେନ୍ଦ୍ର ଶର୍ମା, ରାଜ୍ୟ ସମ୍ପାଦକ ଧୀରେନ ସେନାପତି, ସଂଗ୍ରାମ ସେନା ଅଧ୍ୟକ୍ଷ ସଂଗ୍ରାମ ରାଉତ, ପୂର୍ବତନ ସରପଞ୍ଚ ରାଜାରାମ ମହାକୁଡ଼ ଓ ପ୍ରଫୁଲ୍ଲ ପାଢ଼ୀ, ପୂର୍ବତନ ସମିତିସଭ୍ୟ ମାନସ ରଞ୍ଜନ ନାୟକ, ଆରଡି ଜୋନ୍‌ ସଭାନେତ୍ରୀ ସସ୍ମିତା ନାୟକ, ମୁକ୍ତିକାନ୍ତ ନାୟକ, ମଙ୍ଗରାଜ ନାୟକ, ସଂଗ୍ରାମ ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ। ଏହାପରେ ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀଠାରେ ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଯୋଗ ଦେଇ ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ସ୍ବଚ୍ଛ ଭାରତ ଓ ଆୟୁଷ୍ମାନ ଯୋଜନା କାର୍ଯ୍ୟକାରୀ କରିବାରେ ବିଫଳ ହୋଇଥିବା କହିଥିଲେ। ୧୯ବର୍ଷ ଧରି ରାଜ୍ୟ ସରକାର ବହୁ ଦୁର୍ନୀତିରେ ବୁଡ଼ି ରହିଛନ୍ତି। ରତ୍ନଭଣ୍ଡାରର ଚାବି ହଜାଇ ରାଜ୍ୟ ସରକାର ଓଡ଼ିଶାବାସୀଙ୍କ ପ୍ରତି ବିଶ୍ୱାସଘାତକତା କରିଛନ୍ତି। ସ୍ଥିର ସରକାର ଗଠନ ପାଇଁ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ ଓ ବିଧାନସଭା ପ୍ରାର୍ଥୀ ମାଧବାନନ୍ଦଙ୍କୁ ଭୋଟ ଦେବାକୁ ସେ ଅନୁରୋଧ କରିଥିଲେ। ଭାଜପା କ୍ଷମତାକୁ ଆସିଲେ ବିନା ସୁଧରେ କୃଷକଙ୍କୁ ଋଣ ଓ ମେଧାବୀ ଛାତ୍ରୀଙ୍କୁ ସ୍କୁଟି ପ୍ରଦାନ କରାଯିବ ବୋଲି ସେ କହିଥିଲେ।
ଉକ୍ତ ସଭାରେ ଇଂ. ନିରଦ କୁମାର ଦାସ ସଭାପତିତ୍ୱ କରିଥିଲେ। ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ, ବିଧାନସଭା ପ୍ରାର୍ଥୀ ମାଧବାନନ୍ଦ, ଜିଲା ଉପସଭାପତି ଅଶୋକ କୁମାର ସାହୁ, ପ୍ରଭାରୀ ଅମ୍ବିକା ପ୍ରସନ୍ନ ଦାସ, ମଣ୍ଡଳ ସଭାପତି ଗିରିଜା ଶଙ୍କର ନାୟକ, ପୂର୍ବତନ ବିଧାୟକ ମଧୁସୂଦନ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ। ପରେ ସ୍ଥାନୀୟ ମହତାବ ଛକଠାରୁ ରୋଡ୍‌ ଶୋ ଆରମ୍ଭ ହୋଇ ସହର ପରିକ୍ରମା କରିଥିଲା। ଓଟି ମାର୍କେଟ୍‌ ସମେତ ସହରର ବିଭିନ୍ନ ଛକରେ ପଥପ୍ରାନ୍ତ ସଭାରେ ଧର୍ମେନ୍ଦ୍ର ଉଦ୍‌ବୋଧନ ଦେଇ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥତ୍ପତ୍ର ଯାଞ୍ଚ ଶେଷ: ୧୪ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ବଳବତ୍ତର, ୫ ନାକଚ

ନୂଆପଡ଼ା,୨୨ା୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଉପଜିଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ବୁଧବାର ପ୍ରାର୍ଥିପତ୍ର ଯାଞ୍ଚ ହୋଇଛି। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନପତ୍ର…

ନୀତୀଶ କୁମାରଙ୍କ ପ୍ରଥମ ତାଲିକାରେ ଜଣେ ବି ନାହାନ୍ତି ମୁସଲମାନ ପ୍ରାର୍ଥୀ, ଜାଣନ୍ତୁ କେଉଁମାନେ ଅଛନ୍ତି ସାମିଲ…

ପାଟ୍‌ନା,୧୫ା୧୦: ଶାସକ ଦଳ ଜେଡିୟୁ ବୁଧବାର ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଜେଡିୟୁ ମୋଟ୍‌ ୫୭ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା…

ବିହାର ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର, ଏହିଦିନ ହେବ…

ପାଟ୍‌ନା,୬ା୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ଏହି ନିର୍ବାଚନ ନଭେମ୍ବର ୬ରେ ଅନୁଷ୍ଠିତ ହେବ। ତେବେ ଉକ୍ତ…

ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବେ ପ୍ରଭାତୀ ପରିଡ଼ା, ଜାଣନ୍ତୁ ତାଙ୍କର ଶିକ୍ଷାଗତ ଯୋଗ୍ୟତା, ରାଜନୈତିକ ଯାତ୍ରା…

ନିମାପଡ଼ା,୧୧।୬ (ବିଚିତ୍ରାନନ୍ଦ ସାହୁ): ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ…

୫୦୪ ନୂଆ ଏମ୍‌ପି କୋଟିପତି, ୨୫୧ଙ୍କ ନାମରେ ମାମଲା

ନୂଆଦିଲ୍ଲୀ, ୬ା୬: ଦେଶରେ ୧୮ତମ ଲୋକସଭା ନିର୍ବାଚନ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି । ନିର୍ବାଚନରେ ବର୍ତ୍ତମାନ ସରକାରରେ ଥିବା ଭାଜପା ଦଳକୁ ୨୪୦ ଆସନ ମିଳିଛି।…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଇଡ଼ୁ, ବଦଳିଲା ଶପଥ ଉତ୍ସବ ତାରିଖ

ନୂଆଦିଲ୍ଲୀ, ୬।୬: ବିଧାନସଭା ନିର୍ବାଚନ ଜିତିବା ପରେ ଆନ୍ଧ୍ରପ୍ରଦେଶରେ ସରକାର ଗଢ଼ିବ ଟିଡିପି ବା ତେଲୁଗୁ ଦେଶମ୍‌ ପାର୍ଟି। ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ…

ମାତ୍ର ୨୫ ବର୍ଷରେ ସଂସଦ ଯିବେ ୪ ଏମ୍‌ପି, ନିର୍ବାଚନ ଜିତି କଲେ ରେକର୍ଡ

ନୂଆଦିଲ୍ଲୀ, ୫ା୬: ସରିଛି ୨୦୨୪ ଲୋକସଭା ନିର୍ବାଚନ। ପ୍ରକାଶ ପାଇଛି ଫଳାଫଳ । ହେଲେ ଏହି ନିର୍ବାଚନରେ ରେକର୍ଡ କରିଛନ୍ତି ୪ ଯୁବ ଏମ୍‌ପି। ସେମାନଙ୍କ ମଧ୍ୟରେ…

ବଡ଼ ନେତାଙ୍କୁ ମାତ୍‌ ଦେଲେ କନଷ୍ଟେବଳଙ୍କ ପତ୍ନୀ, ବନିଲେ ଏମ୍‌ପି

ଜୟପୁର,୫ା୬: ରାଜସ୍ଥାନର ଭରତପୁର ଲୋକସଭା ଆସନରୁ କଂଗ୍ରେସ ଟିକେଟ୍‌ରୁ ନିର୍ବାଚନ ଜିତିଥିବା ଜଣେ ଦଳିତ ମହିଳାଙ୍କୁ ନେଇ ଏବେ ଜୋର ଚର୍ଚ୍ଚା। ତାଙ୍କ ନାମ ସଞ୍ଜନା ଜାଟୱ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri