ଭାଜପା ନେତାଙ୍କୁ ଗୁଳିକରି ହତ୍ୟା : ସପ୍ତାହକରେ ୩ ଭାଜପା ନେତାଙ୍କୁ କରାଗଲାଣି ହତ୍ୟା

ଉତ୍ତରପ୍ରଦେଶ,୧୩।୧୦: ଉତ୍ତରପ୍ରଦେଶର ସହାରନପୁର ଜିଲାରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ରାଜ୍ୟରେ ଗୋଟିଏ ସପ୍ତାହ ମଧ୍ୟରେ ୩ ଭାଜପା ନେତାଙ୍କୁ ହତ୍ୟା କରା ଯାଇସାରିଲାଣି।
ସୂଚନାଯୋଗ୍ୟ,ଶନିବାର ଭାଜପା ନେତା ଧାରା ସିଂହ(୪୭) ଦେବବନ୍ଦରୁ ସହାରନପୁର କାର୍ଯ୍ୟସ୍ଥଳକୁ ଯାଉଥିବାବେଳେ ରାସ୍ତାରେ ରେଲ୍‌ଓ୍ବେ କ୍ରସିଂ ନିକଟରେ ଦୁଇଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ତେବେ ହତ୍ୟାର କାରଣ ଜଣାପଡ଼ିନାହିଁ। ପୋଲିସ ଏ ନେଇ ତଦନ୍ତ ଜାରି ରଖିଛି। ଧାରା ସିଂହ ସ୍ଥାନୀୟ ଏକ ଚିନି ମିଲ୍‌ରେ ସେକ୍ଟର ପ୍ରଭାରୀ ଭାବେ କାମ କରୁଥିଲେ।
ପ୍ରକାଶ ଯେ, ଏହା ପୂର୍ବରୁ ଗତ ୮ ତାରିଖରେ ଭାଜପା ନେତା ଚୌଧୁରୀ ୟଶପାଲ ସିଂହଙ୍କୁ ହତ୍ୟା କରାଯାଇଥିବାବେଳେ ଏହାର ଦୁଇଦିନ ପରେ ଦଳର ଆଉଜଣେ ନେତା କବୀର ତିଓ୍ବାରୀଙ୍କୁ ମଧ୍ୟ ଗୁଳି କରି ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri