ଭାଜପା ପକ୍ଷରୁ ଉପଜିଲାପାଳଙ୍କୁ ଦାବିପତ୍ର

ଭଞ୍ଜନଗର,୧।୭(ଡି.ଏନ.ଏ)-ଭାଜପା ଭଞ୍ଜନଗର ନିର୍ବାଚନମଣ୍ଡଳୀ ପକ୍ଷରୁ ସୋମବାର ୮ଦଫା ଦାବୀନେଇ ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲର ଅନେକ ଡାକ୍ତର ସରକାରୀ ସେବା ଛାଡ଼ି ଅଧିକାଶଂ ସମୟ ଘରୋଇ ଚିକିତ୍ସାରେ ବ୍ୟସ୍ତ ରହୁଛନ୍ତି। ଫଳରେ ଗ୍ରାମାଞ୍ଚଳର ଗରିବ ରୋଗୀ ଆର୍ଥୀକ ଅଭାବ ଯୋଗୁ ଠିକ୍‌ ଭାବେ ସ୍ବାସ୍ଥ୍ୟ ପରୀକ୍ଷା କରାଇ ପାରୁନାହାନ୍ତି। ତେଣୁ ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉ, ଭଞ୍ଜନଗର ଉପଖଣ୍ଡକୁ ଘୁମୁସର ଜିଲା ଘୋଷଣା କରାଯାଉ, ଏନ୍‌ଏସିକୁ ପୌରାଚଞ୍ଚ, ସହରର ପରିମେଳ ସେବାରେ ସୁଧାର ଅଣାଯାଉ,ବର୍ତ୍ତମାନ ସରକାରଙ୍କ ପକ୍ଷରୁ କିଛି ଘରୋଇ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ଶିକ୍ଷା ନିତୀ ପାଳନ କରୁ ନ ଥିବା ଦର୍ଶାଇ ବନ୍ଦ କରିଦେବା ଯୋଜନା କରିଛନ୍ତି, ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦେଖି ଉକ୍ତ ନିତୀରେ କୋହଳ କରାଯାଉ ଏବଂ ଏନ୍‌ଏସିର ନୁତନ ଦୋକାନ ଗୃହ ଗୁଡ଼ିକୁ ଉଠାଦୋକାନୀଙ୍କୁ ବଣ୍ଟନ କରିବା ପାଇଁ ଭାଜପା ପକ୍ଷରୁ ଦାବି ହୋଇଛି। ନଚେତ ଆଗାମୀ ଦିନରେ ଭାଜପା ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ପ୍ରଶାସନକୁ ସୂଚାଇ ଦିଆଯାଇଛି । ଦାବିପତ୍ର ପ୍ରଦାନରେ ଭାଜପା ବିଧାୟକ ପ୍ରାର୍ଥୀ ପ୍ରଦ୍ୟୁମ୍ନ ନାୟକ, ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ଉପସଭାପତି ସନ୍ତୋଷ ତିଆଡ଼ି, ସନ୍ତୋଷ ପାଳ, ନଗର ସଭାପତି ଅଭିମନ୍ୟୁ ଭୂୟଁା, ଯୁବ ନେତା ସମିର ନାୟକ, ପ୍ରକାଶ ଭୂୟଁା, ପ୍ରଭାକର ପାତ୍ର, ଅଶ୍ୱିନୀ ପାଣିଗ୍ରାହୀ,ଲକ୍ଷ୍ମି ନାରାୟଣ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri