Posted inଜାତୀୟ

ଭାଜପା ପାଇଁ ଅଶୁଭ ଅଗଷ୍ଟ

ନୂଆଦିଲ୍ଲୀ,୨୪।୮: ଅଗଷ୍ଟ ମାସ ଭାରତୀୟ ଜନତା ପାର୍ଟି(ଭାଜପା) ପାଇଁ ଅଶୁଭ ବୋଲି ଆଲୋଚନା ହେଉଛି। କାରଣ ଅଗଷ୍ଟ ମାସରେ ହିଁ ଭାଜପା ତା’ର କେତେଜଣ ବରିଷ୍ଠ ନେତାଙ୍କୁ ହରାଇ ସାରିଲାଣି। ପ୍ରଥମେ ଯଦି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ କଥା କୁହାଯାଏ ତେବେ ବେଶ୍‌ କିଛି ଦିନର ଅସୁସ୍ଥତା ପରେ ସେ ଗତବର୍ଷ ଅଗଷ୍ଟ ୧୬ରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ସେହିପରି ଚଳିତ ବର୍ଷ ଅଗଷ୍ଟ ୭ରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସୁଷମା ସ୍ବରାଜଙ୍କର ପରଲୋକ ହୋଇଥିଲା। ଏତିକିରେ ସରି ନ ଥିଲା ଭାଜପା ନେତାଙ୍କ ନିଧନ। କିଛିଦିନ ହେବ ଅସୁସ୍ଥ ଥିବା ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ବାବୁଲାଲ ଗୌରଙ୍କର ଅଗଷ୍ଟ ୨୧ରେ ପରଲୋକ ହୋଇଥିଲା। ଆଉ ଏବେ ଅଗଷ୍ଟ ଶେଷ ବେଳକୁ ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଅଗଷ୍ଟ ୨୪ରେ ପରଲୋକ ହୋଇଛି। ଏମିତି ଅଗଷ୍ଟରେ ଚାରି ଚାରି ଜଣ ବରିଷ୍ଠ ନେତାଙ୍କୁ ହରାଇଛି ଭାଜପା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri