ଭାଜପା ପ୍ରଚାରକୁ ବିରୋଧ କରି ଆକ୍ରମଣ: ୨ ଭାଜପା ନେତା ଆହତ

ଭୁବନେଶ୍ୱର, ୧୮ା୪ (ବ୍ୟୁରୋ)- ରାଜଧାନୀରେ ନିର୍ବାଚନୀ ପ୍ରଚାର ସରଗରମ ହୋଇଯାଇଥିବାବେଳେ ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସା ଦେଖିବାକୁ ମିଳୁଛି। ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ନୀଳାଦ୍ରିବିହାରରେ ପ୍ରଚାରକୁ ନେଇ ଦୁଇଗୋଷ୍ଠୀ ମୁହାଁମୁହଁି ହୋଇଛନ୍ତି। ଅନ୍ୟଏକ ଗୋଷ୍ଠୀ ଭାଜପା କର୍ମୀଙ୍କୁ ଆକ୍ରମଣ କରିବା ସହ ମାଡ଼ ମାରିଥିବା ଚନ୍ଦ୍ରଶେଖରପୁର ଥାନାରେ ଅଭିଯୋଗ ହୋଇଛି। ଆକ୍ରମଣରେ ଦୁଇଜଣ ଭାଜପା ନେତା ଆହତ ହୋଇଛନ୍ତି। ସେମାନେ ହେଲେ ଭୁବନେଶ୍ୱରର ଭାଜପା ସାଧାରଣ ସମ୍ପାଦକ ସୁଶାନ୍ତ ସାବତ ଓ ଚନ୍ଦ୍ରଶେଖରପୁର ଭାଜପା ମଣ୍ଡଳ ସଭାପତି ମାନସୀ ରଞ୍ଜନ ରାୟ। ସୂଚନା ମୁତାବକ, ବୁଧବାର ମଧ୍ୟାହ୍ନରେ ଉତ୍ତର ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ ଅପରାଜିତା ମହାନ୍ତି ଅନ୍ୟ ନେତୃବୃନ୍ଦ ଓ କର୍ମୀଙ୍କ ସହ ନୀଳାଦ୍ରିବହାର ଅଞ୍ଚଳରେ ପ୍ରଚାର କରୁଥିଲେ। ମଙ୍ଗଳାବସ୍ତିକୁ ପ୍ରଚାର ଯାଉଥିବାବେଳେ କେତେଜଣ ଯୁବକ ଏହାକୁ ବିରୋଧ କରି ଭିତରକୁ ପ୍ରବେଶ କରିବାକୁ ଦେଇ ନ ଥିଲେ। ଏହାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ପରେ ଧସ୍ତାଧସ୍ତି ହୋଇଥିଲା। ସମ୍ପୃକ୍ତ ଯୁବକମାନେ ସଂଘବଦ୍ଧ ଭାବେ ନିର୍ଦ୍ଦିଷ୍ଟ କେତେଜଣ ଭାଜପା ନେତାଙ୍କୁ ଆକ୍ରମଣ କରିଥିଲେ। ସେମାନଙ୍କ ମାଡ଼ରେ ଭୁବନେଶ୍ୱରର ଭାଜପା ସାଧାରଣ ସମ୍ପାଦକ ସାବତ ଓ ଚନ୍ଦ୍ରଶେଖରପୁର ଭାଜପା ମଣ୍ଡଳ ସଭାପତି ମାନସୀ ଆହତ ହୋଇଛନ୍ତି। ଏ ନେଇ ଥାନା ଅଧିକାରୀ ବିଶ୍ୱରଞ୍ଜନ ନାୟକ କହିଛନ୍ତି, ଯେଉଁମାନଙ୍କ ନାମରେ ଅଭିଯୋଗ କରାଯାଇଛି ପୋଲିସ ସେମାନଙ୍କୁ ଚିହ୍ନଟ କରିବା ସହ ଶୀଘ୍ର ଗିରଫ କରି କାର୍ଯ୍ୟାନୁଷ୍ଠାନ ନେବ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri