ଭାଜପା ପ୍ରାର୍ଥୀ ଅଶ୍ୱିନୀଙ୍କୁ ବିଜେଡି ସମର୍ଥନ କରିବା ପ୍ରସଙ୍ଗ: ଦାମ କହିଲେ ‘ରାଜ୍ୟରେ ଡବଲ୍‌ ଇଞ୍ଜିନ୍‌ ହୋଇଗଲା’

ଭୁବନେଶ୍ୱର,୨୨।୬(ବ୍ୟୁରୋ): ପୂର୍ବତନ ପ୍ରଶାସନିକ ଅଧିକାରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭାଜପା ପକ୍ଷରୁ ରାଜ୍ୟ ସଭା ପ୍ରାର୍ଥୀ କରାଯିବା ଏବଂ ବିଜେଡି ତାଙ୍କୁ ସମର୍ଥନ କରିବା ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି। ବରିଷ୍ଠ ଭାଜପା ନେତା ଡାକ୍ତର ଦାମୋଦର ରାଉତ ଶନିବାର ପରୋକ୍ଷରେ ବିଜେଡିକୁ ସମାଲୋଚନା କରିଛନ୍ତି। ଦାମ କହିଛନ୍ତି, ଭାଜପା ରାଜ୍ୟରେ ଡବଲ୍‌ ଇଞ୍ଜିନ୍‌ ହେଉ ବୋଲି ଚାହୁଁଥିଲା। ହେଲେ ଭୋଟ ବେଳେ ତାହା ପ୍ରତିଫଳିତ ହୋଇ ନ ଥିଲା। ମାତ୍ର ନିର୍ବାଚନ ପରେ ଡବଲ୍‌ ଇଞ୍ଜିନ୍‌ ହୋଇଗଲା ବୋଲି ସେ କହିଛନ୍ତି। ସେହିଭଳି ଅଶ୍ୱିନୀ ଜଣେ ଭଲ ଦକ୍ଷତାସମ୍ପନ୍ନ ବ୍ୟକ୍ତି। ଦିଲ୍ଲୀରେ ତାଙ୍କର ଭଲ ଲବି ରହିଛି। ଏଥିପାଇଁ ଭାଜପା ତାଙ୍କୁ ପ୍ରାର୍ଥୀ କରିଛି। ବିଜେଡି ସହ ତାଙ୍କର ଭଲ ସମ୍ପର୍କ ମଧ୍ୟ ରହିଛି। ଉଭୟ ଦଳ ନିଜର ଫାଇଦା ପାଇଁ ଅଶ୍ୱିନୀଙ୍କୁ ସମର୍ଥନ ଦେଇଛନ୍ତି ବୋଲି ଦାମ ମତ ରଖିଛନ୍ତି।

ଦାମ ଆହୁରି କହିଛନ୍ତି, ଭାଜପା ସହ ବିଜେଡି ଭଲ ସମ୍ପର୍କ ରଖିଲେ ମୁଁ ବେଶ୍‌ ଖୁସି ହେବି। ଏଥିସହ କେନ୍ଦ୍ର ଓ ରାଜ୍ୟରେ ଭାଜପାର ପତିଆରା ଦେଖି ବିଜେଡି ଭଲ ସମ୍ପର୍କ ସ୍ଥାପନ କରୁଛି। ଦିନକୁ ଦିନ ରାଜନୀତିରେ ବରିଷ୍ଠ ନେତା ଗୌଣ ହେବାକୁ ଲାଗିଛନ୍ତି। ଏଣୁ ପ୍ରତିଶ୍ରୁତି ନ ରଖିବା କିଛି ନୂଆ କଥା ନୁହେଁ ବୋଲି ଦାମ ମନ୍ତବ୍ୟ ଦେଇଛନ୍ତି।

ସୂଚନାଯୋଗ୍ୟ, ଓଡ଼ିଶାରେ ଖାଲି ପଡ଼ିଥିବା ୩ ରାଜ୍ୟ ସଭା ଆସନ ଲାଗି ଶୁକ୍ରବାର ସନ୍ଧ୍ୟାରେ ବିଜେଡି ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲେ। ବିଜେଡି ଆଇଟି ସେଲ୍‌ ମୁଖ୍ୟ ଅମର ପଟ୍ଟନାୟକ, ମୁଖପାତ୍ର ସସ୍ମିତ୍‌ ପାତ୍ର ଏବଂ ଅଶ୍ୱିନୀ ବୈଷ୍ଣବଙ୍କ ନାମ ଘୋଷଣା କରାଯାଇଥିଲା। ଏହାର କିଛି ସମୟ ପରେ ଅଶ୍ୱିନୀ ଭାଜପାର ପ୍ରାର୍ଥୀ ଏବଂ ବିଜେଡି ପକ୍ଷରୁ ତାଙ୍କୁ ସମର୍ଥନ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଥିଲେ। ଏହା ପରଠାରୁ ନବୀନଙ୍କ ଏହି ନିଷ୍ପତ୍ତିକୁ ନେଇ ବିଭିନ୍ନ ମହଲରେ ଆଲୋଚନା ହୋଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

ନବୀନଙ୍କ ଉତ୍ତରାଧିକାରୀକୁ ନେଇ ଚର୍ଚ୍ଚା, ଅଶୋକ ପଣ୍ଡା କହିଲେ ଯେବେ ଯାଏ ନବୀନ ଅଛନ୍ତି…

ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ...

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ଭାରତ-ପାକିସ୍ତାନ ପରସ୍ପରକୁ ଦେଲେ ପରମାଣୁ ଘାଟିର ଠିକଣା, କାହିଁକି ନୂଆବର୍ଷରେ ଏମିତି କଲେ ଦୁଇ ଦେଶ? ଜାଣନ୍ତୁ…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ଭାରତ ଏବଂ ପାକିସ୍ତାନ ଗୁରୁବାର (ଡିସେମ୍ବର ୧, ୨୦୨୫) କୂଟନୈତିକ ଚ୍ୟାନେଲ ମାଧ୍ୟମରେ ପରମାଣୁ ପ୍ରତିଷ୍ଠାନ ଏବଂ ସୁବିଧାଗୁଡ଼ିକର ତାଲିକା ଆଦାନପ୍ରଦାନ କରିଥିଲେ। ଭାରତୀୟ...

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri