Posted inଜାତୀୟ

ଭାଜପା-ବାମଦଳ ସମର୍ଥକ ମୁହାଁମୁହିଁ

କୋଲକାତା,୭ା୧(ଆଇଏଏନ୍‌ଏସ୍‌): ଜେଏନ୍‌ୟୁ କ୍ୟାମ୍ପସ୍‌ ହିଂସା ପ୍ରତିବାଦରେ ସୋମବାର ପଶ୍ଚିମବଙ୍ଗର ଯାଦବପୁର ଅଞ୍ଚଳରେ ର଼୍ୟାଲି ଚାଲିଥିବାବେଳେ ବାମଦଳ ଓ ଭାଜପା ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। ଉତ୍ତ୍ୟକ୍ତ ଲୋକଙ୍କୁ ଘଉଡାଇବା ପାଇଁ ପୋଲିସ ଲାଠିଚାଳନା କରିଥିଲା। ଯାଦବପୁର ବିଶ୍ୱବିଦ୍ୟାଳୟ (ଜେୟୁ)ର ଛାତ୍ରୀଛାତ୍ର, ଏସ୍‌ଏଫଆଇ କର୍ମୀ ଓ ବାମଦଳ କର୍ମୀମାନେ ସୁଲେଖା ମୋରେ ବସ୍‌ଷ୍ଟାଣ୍ଡରୁ ର଼୍ୟାଲି ବାହାର କରିଥିବାବେଳେ ଭାଜପା ସମର୍ଥକମାନେ ବାଘାଜତିନ ମୋରେରୁ ଯାଦବପୁର ଥାନା ପର୍ଯ୍ୟନ୍ତ ଏକ ଶୋଭାଯାତ୍ରାରେ ବାହାରିଥିଲେ। ଏହି ସମୟରେ ଉଭୟ ପକ୍ଷ ମୁହାଁମୁହିଁ ହୋଇଥିଲେ। ଗତ ରାତିରେ ବାମଦଳ ସମର୍ଥତ୍ତ ଜେୟୁ ଛାତ୍ର ଗୋଷ୍ଠୀ ଭାଜପା କାର୍ଯ୍ୟାଳୟରେ ଭଙ୍ଗାରୁଜା କରିବା ସହ ଦଳୀୟ ପତାକା ପୋଡ଼ିଦେଇଥିବା ଅଭିଯୋଗ ହୋଇଛି। ରବିବାର ମଧ୍ୟରାତ୍ରରେ ଏହି ଘଟଣା ଘଟିଛି। ଦିଲ୍ଲୀ ଜେଏନ୍‌ୟୁରେ ହିଂସା ପ୍ରତିବାଦରେ ଯାଦବପୁର ବିଶ୍ୱବିଦ୍ୟାଳୟ ଛାତ୍ରମାନେ ଶୋଭାଯାତ୍ରା ବାହାର କରିଥିବାବେଳେ ଭଙ୍ଗାରୁଜା କରିଥିଲେ। ସୁଲେଖା କ୍ରସିଂ ନିକଟରେ ଥିବା ଭାଜପା କାର୍ଯ୍ୟାଳୟରେ ବାମଦଳ ଛାତ୍ରମାନେ ପଶି ଭଙ୍ଗାରୁଜା କରିଥିଲେ ବୋଲି ଏହାର ନେତା ଅନୁପମ ହାଜରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri