ଭାଜପା-ବିଜେଡି ମୁହାଁମୁହିଁ

ପୁରୀ ଅଫିସ, ୨୪।୪: ପୁରୀ ଭାଜପା ଯୁବମୋର୍ଚ୍ଚା ଜିଲା ସଭାପତି ଜୟନ୍ତ କୁମାର ଦାଶଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୋମବାର ବିଳମ୍ବିତ ରାତିରେ ଜୟନ୍ତଙ୍କୁ ପେଣ୍ଠକଟା ନୋଳିଆ ବସ୍ତିରେ ୧୫ରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ ମରଣାନ୍ତକ ଆକ୍ରମଣ କରିଥିବା ସମୁଦ୍ରକୂଳ ଥାନାରେ ଅଭିଯୋଗ ହୋଇଛି। ଏହାକୁ ନେଇ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଭାଜପା ଯୁବମୋର୍ଚ୍ଚାର ଶତାଧିକ କର୍ମୀ ସମୁଦ୍ରକୂଳ ଥାନା ଘେରାଉ କରିଥିଲେ। ଯୁବମୋର୍ଚ୍ଚା ଅଭିଯୋଗ କରିଛି ଯେ, ପୋଲିସ ଶାସକ ଦଳର ଏଜେଣ୍ଟ ସାଜିଛି। ସିଟି ଡିଏସ୍‌ପି ଉକ୍ତ ଅଞ୍ଚଳରେ ଡ୍ୟୁଟି କରୁଥିଲେ। ତାଙ୍କୁ ଘଟଣା ସମ୍ପର୍କରେ ଜଣାଇବା ସତ୍ତ୍ୱେ ସେ ଗୁରୁତ୍ୱ ଦେଇ ନ ଥିଲେ। ବରଂ ଯୁବମୋର୍ଚ୍ଚା କର୍ମୀମାନଙ୍କୁ ଗାଳିଗୁଲଜ କରିଥିଲେ। ଖବର ପାଇ ପୁରୀ ବିଧାନସଭା ଆସନର ଭାଜପା ପ୍ରାର୍ଥୀ ଜୟନ୍ତ ଷଡ଼ଙ୍ଗୀ ସମୁଦ୍ରକୂଳ ଥାନାରେ ପହଞ୍ଚତ୍ ପୋଲିସ ସହ ଆଲୋଚନା କରିଥିଲେ। ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ ପାଇଁ ସେ ଦାବି କରିଛନ୍ତି। ଅଭିଯୋଗ ଅନୁଯାୟୀ, ସୋମବାର ସନ୍ଧ୍ୟାରେ ପେଣ୍ଠକଟା ନୋଳିଆ ବସ୍ତିରେ ବିଜେଡି ସମର୍ଥକମାନେ ଘର ଘର ବୁଲି ଟଙ୍କା ବାଣ୍ଟୁଥିବା ଭାଜପା ଯୁବମୋର୍ଚ୍ଚା ପାଖରେ ଖବର ପହଞ୍ଚତ୍ଥିଲା। ଏ ନେଇ ଜିଲାପାଳ, ଉପଜିଲାପାଳ, ନିର୍ବାଚନ କମିଶନଙ୍କୁ ଅଭିଯୋଗ କରାଯାଇଥିଲା। ମାତ୍ର କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ପରେ ଭାଜପା ଯୁବମୋର୍ଚ୍ଚା ସଭାପତି ଜୟନ୍ତ ଦାଶ ଘଟଣାସ୍ଥଳକୁ ଟଙ୍କା ବଣ୍ଟାକୁ ବିରୋଧ କରିଥିଲେ। ଏହି ସମୟରେ ସେଠାରେ ଉପସ୍ଥିତ ଥିବା ବିଜେଡି କର୍ମୀମାନେ ହଠାତ୍‌ ତାଙ୍କୁ ଆକ୍ରମଣ କରିଥିଲେ। ସେ ତଳେ ପଡ଼ିିଯିବାରୁ ତାଙ୍କୁ ଦଳି ଦେଇଥିଲେ। ଆକ୍ରମଣରେ ତାଙ୍କ ବାମ ପଟ ଆଖିପତା ତଳ ଫାଟିିଯାଇଛି। ମୁହଁ, ନାକ, ଓଠ ଏବଂ ଶରୀରର ବିିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି। ଭାଜପା ଯୁବମୋର୍ଚ୍ଚା ସଭାପତିଙ୍କୁ ଆକ୍ରମଣ ଖବର ପାଇ ତାଙ୍କୁ ଉଦ୍ଧାର କରିବାକୁ ଯାଇଥିବା ବିଶ୍ୱନାଥ ସେନାପତି, ଆଶିଷ ବରାଳ ଏବଂ ଅନ୍ୟ ୨ଜଣ ମଧ୍ୟ ଆକ୍ରମଣର ଶିକାର ହୋଇଛନ୍ତି। ବିଶ୍ୱନାଥଙ୍କ ମୁଣ୍ଡ ଫାଟିଛି। ସମୁଦ୍ରକୂଳ ଥାନା ପୋଲିସ ପହଞ୍ଚତ୍ ଆହତ ଦ୍ୱୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲା। ଜୟନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିିଛି। ତେବେ ପୁରୀ ବିଜେଡି ନଗର ସଭାପତି ସବ୍ୟସାଚୀ ମହାପାତ୍ରଙ୍କୁ ପଚାରିବାରେ ଯୁବମୋର୍ଚ୍ଚାର ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି ଯେ, ଭାଜପା ହାରିଯିବା ଭୟରେ ଔଷଧ ବିକଳରେ ତାଟିଆ କାମୁଡ଼ିବା ସଦୃଶ ବିଜେଡି ବିରୋଧରେ ଏଭଳି ମିଥ୍ୟା ଅଭିଯୋଗ ଆଣୁଛି। ଭାଜପା ଶସ୍ତା ରାଜନୀତି କରୁଛି। ତେବେ ବିଜେଡି ବହୁମତରେ ଜିତିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ଥାନାଧିକାରୀ ଗୌରାଙ୍ଗ ପୃଷ୍ଟି କହିଛନ୍ତି ଯେ, ଘଟଣା ସମ୍ପର୍କରେ ଅଭିଯୋଗ ହୋଇଛି। ଏ ନେଇ ତଦନ୍ତ ଜାରି ରହିଛି। କୌଣସି ଅପ୍ରୀତିକର ପରିସ୍ଥିତି ଆଶଙ୍କାରେ ଘଟଣାସ୍ଥଳରେ ପୋଲିସ ମୁତୟନ କରାଯାଇଛି। ସେହିପରି ସିଟି ଡିଏସ୍‌ପି ସୁଧାକର ସାହୁ ଯୁବମୋର୍ଚ୍ଚାର ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସେ କୌଣସି କର୍ମକର୍ତ୍ତାଙ୍କୁ ଗାଳିଗୁଲଜ କରି ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା କଂଗ୍ରେସର ୨୬ଜଣିଆ ନିର୍ବାଚନ ପରିଚାଳନା କମିଟି, ତାଲିକାରେ ଏହି ବଡ଼ ନେତା

ଭୁବନେଶ୍ୱର,୧୭।୪: ଓଡ଼ିଶା ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ୨୬ ଜଣିଆ ନିର୍ବାଚନ ପରିଚାଳନା କମିଟି ତାଲିକା ବୁଧବାର ଜାରି ହୋଇଛି। ଏହି...

କଣ୍ଟାବାଂଜିରୁ ମୁଖ୍ୟମନ୍ତ୍ରୀ ଲଢିବାର ବଡ଼ କାରଣ!

ଭୁବନେଶ୍ୱର,୧୭।୪: ପୁଣି ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ୯ଜଣ ବିଧାୟକଙ୍କ ନାଁ ଘୋଷଣା କରାଯାଇଛି। ସବୁଠାରୁ ବଡ଼ କଥା ହେଲା,...

କଂଗ୍ରେସ ଟିକେଟ ପାଇଁ ଅନ୍‌ଲାଇନ ଆବେଦନ: ଅଜୟ କୁମାର

ଭୁବନେଶ୍ୱର, ୨।୨(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସ ଟିକେଟ ପାଇବାକୁ ହେଲେ ଆଉ ଲବି କାମ ଦେବନାହିଁ। ଯେଉଁମାନେ ଆସନ୍ତା ନିର୍ବାଚନରେ ପ୍ରାର୍ଥୀ ହେବାକୁ...

୫୨ ହଜାର ଭୋଟରେ ଜିତିଲେ ବସୁନ୍ଧରା

ଜୟପୁର,୩।୧୨: ୫ ବର୍ଷର ବ୍ୟବଧାନ ପରେ ଭାଜପା ପୁଣି ରାଜସ୍ଥାନରେ କ୍ଷମତାକୁ ଫେରିବା ଏକ ପ୍ରକାର ନିଶ୍ଚିତ ହୋଇଛି। ଭାଜପା ୧୧୫ ଆସନରେ ଆଗୁଆ ରହିଥିବା...

ପୂର୍ବାହ୍ନ ୧୧ଟା ସୁଦ୍ଧା ୨୦.୩୮ ପ୍ରତିଶତ ମତଦାନ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଉପନିର୍ବାଚନ ଲାଗି ସକାଳ ୭ଟାରୁ ଶାନ୍ତିଶୃଙ୍ଖଳାର ସହ ମତଦାନ ଚାଲିଛି। ତେବେ ପୂର୍ବାହ୍ନ ୧୧ଟା ସୁଦ୍ଧା ଝରସୁଗୁଡାରେ ୨୦.୩୮ ପ୍ରତିଶତ ମତଦାନ...

ଝାରସୁଗୁଡା ଉପନିର୍ବାଚନ: ଭୋଟ ଦେଲେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଉପନିର୍ବାଚନ ଲାଗି ମତଦାନ ଚାଲିଥିବା ବେଳେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଭୋଟ ଦେଇଛନ୍ତି। ସୂଚନାଯୋଗ୍ୟ, ସକାଳ ୭ଟାରୁ ଆରମ୍ଭ ହୋଇ...

ଆଜି କର୍ନାଟକ ବିଧାନସଭା ନିର୍ବାଚନ: ୫.୩ କୋଟି ଭୋଟର ନିର୍ଣ୍ଣୟ କରିବେ ୨୬୧୫ ପ୍ରାର୍ଥୀଙ୍କ ଭାଗ୍ୟ…

ବେଙ୍ଗାଲୁରୁ,୧୦।୫ : ଆଜି କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ମତଦାନ କରାଯାଉଛି। ରାଜ୍ୟର ୫.୩ କୋଟି ଭୋଟର ନିର୍ବାଚନୀ ମଇଦାନରେ ଥିବା ୨୬୧୫ ପ୍ରାର୍ଥୀଙ୍କ ଭାଗ୍ୟ...

ଝାରସୁଗୁଡ଼ା ଉପନିର୍ବାଚନ: ଟଙ୍କଧର ଭାଜପା ପ୍ରାର୍ଥୀ

ଭୁବନେଶ୍ୱର, ୧୨।୪(ବ୍ୟୁରୋ)-ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବୁଧବାର ବିଳମ୍ବିତ ସନ୍ଧ୍ୟାରେ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ରାଜ୍ୟ ଯୁବମୋର୍ଚ୍ଚାର ପୂର୍ବତନ ସଭାପତି ଟଙ୍କଧର ତ୍ରିପାଠୀଙ୍କୁ ଟିକେଟ ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri