ଭାଜପା ସଙ୍ଗଠକଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ

ଦିଗପହଣ୍ଡି,୨୦ା୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ବମକେଇ ପଞ୍ଚାୟତରେ ପୁଣି ରାଜନୈତିକ ହିଂସା ଘଟିଛି। ଭାଜପାର ସଙ୍ଗଠକ ଟୁନା ପ୍ରଧାନଙ୍କୁ ୩ ଜଣ ଯୁବକ ଆକ୍ରମଣ କରିଛନ୍ତି। ଚାଷଜମିରେ କାମ ସାରି ଟୁନା ସାଙ୍ଗଙ୍କ ସହ ଫେରୁଥିବା ବେଳେ ସିନ୍ଧୁଖାଳିଗାଁ ନଳକୂପ ନିକଟରେ ପୂର୍ବ ଯୋଜନା ପ୍ରକାରେ ତାଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ରବିବାର ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ଟୁନାଙ୍କ ମୁଣ୍ଡକୁ ସମ୍ପୃକ୍ତ ଯୁବକ ଲୁହାଛଡ଼ରେ ବାଡ଼େଇ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଟୁନାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବମକେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ତ୍ରୀ ଦଣ୍ଡାଶୁଣୀଙ୍କ ଏତଲାକୁ ଭିତ୍ତି କରି ନଂ. ୧୫୦/୧୯ରେ ମାମଲା ରୁଜୁ କରାଯାଇଥିବା କେ.ନୂଆଗାଁ ଆଇଆଇସି ମାଧବାନନ୍ଦ ନାୟକ କହିଛନ୍ତି ।
ପଞ୍ଚାୟତ ନିର୍ବାଚନ ପରଠାରୁ ରାଜନୈତିକ ଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ଲାଗି ରହିଛି। ଟୁନା ଜଣଙ୍କୁ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଆକ୍ରମଣ କରିଥିବା ଅଭିଯୋଗରେ ପୋଲିସ ତାଙ୍କୁ କୋର୍ଟଚାଲାଣ କରିଥିଲା। ଆକ୍ରମଣର ପ୍ରତିଶୋଧ ନେବା ଉଦ୍ଦେଶ୍ୟରେ ଟୁନାଙ୍କୁ ହତ୍ୟା ଉଦ୍ୟମ କରିଥିବା ତଦନ୍ତକାରୀ ପୋଲିସ ଅଧିକାରୀ କ୍ଷୀରୋଦ ଚନ୍ଦ୍ର ବେହେରା କହିଛନ୍ତି। ଗିରଫ ଭୟରେ ଅଭିଯୁକ୍ତମାନେ ଫେରାର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?