ଭାଟି ଲାଇସେନ୍ସ ରଦ୍ଦ ପାଇଁ ହେବ ଆବେଦନ: ମିଳିଲା ଚୋରା କାରବାର ଚେର ଘଟଣା

ଅନୁଗୋଳ ଅଫିସ, ୨୬।୪ – ଅନୁଗୋଳ ସହର ଉପକଣ୍ଠରେ ଥିବା କରଡ଼ାଗାଡ଼ିଆ ମଦ ଭାଟିକୁ ବନ୍ଦ କରାଯାଇଥିଲେ ବି ସେଠାରୁ ୪୪୪୦ ଲିଟର ଦେଶୀ ଚୋରା ମଦ ସହ ୬ ହଜାର ଲିଟର ପୋଚ ଜବତ ଘଟଣାର ତଦନ୍ତ ଅନୁଗୋଳ ପୋଲିସ ପକ୍ଷରୁ ଜାରି ରହିଛି। ପୂରା ଘଟଣା ସମ୍ପର୍କରେ ଲିଖିତ ଭାବେ ଅନୁଗୋଳ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରାଯିବ ବୋଲି ଅନୁଗୋଳ ଏସ୍‌ପି ଜଗମୋହନ ମୀନା କହିଛନ୍ତି।
ଲକ୍‌ଡାଉନ୍‌ ବେଳେ ଅନୁଗୋଳ ପୋଲିସ ପକ୍ଷରୁ ଗୋଟିଏ ଦିନରେ ଏପରି ବିପୁଳ ପରିମାଣର ମଦ ଜବତ ସହ ଏତେ ସଂଖ୍ୟକ ଲୋକଙ୍କୁ ଗିରଫ କରାଯିବା ରାଜ୍ୟରେ ପ୍ରଥମ ଘଟଣା ବୋଲି କୁହାଯାଉଛି। ଅନ୍ୟପକ୍ଷରେ ଏହି ଘଟଣା ପଛରେ ଯେଉଁମାନଙ୍କ ହାତ ରହିଛି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି ମୀନା ସ୍ପଷ୍ଟ କରିଛନ୍ତି। ସେହିପରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ଗିରଫ ମଦ ବ୍ୟବସାୟୀ ବିକ୍ରମ କିଶୋର ସାହୁଙ୍କ ଉପରେ ପୋଲିସ କଡ଼ା ନଜର ରଖିଛି। ତଦନ୍ତ ପ୍ରଭାବିତ ହେବା ଆଶଙ୍କାରେ ତାଙ୍କ ନିକଟକୁ ମୋବାଇଲ ଫୋନ୍‌ ବାରଣ କରାଯିବ। ଡାକ୍ତରଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି ଓ ତାହା ମିଳିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ। ଆବଶ୍ୟକ ପଡ଼ିଲେ ବିକ୍ରମଙ୍କ ସମ୍ପତ୍ତିର ତଦନ୍ତ କରିବାକୁ ଇଡି ଓ ଅନ୍ୟ ବିଭାଗକୁ ଚିଠି କରାଯିବ। ଏଥିସହ ବିକ୍ରମଙ୍କ ଭାଟି ଲାଇସେନ୍ସ ରଦ୍ଦ ପାଇଁ ମଧ୍ୟ ଆବେଦନ କରାଯିବ ବୋଲି ଏସ୍‌ପି କହିଛନ୍ତି। ଅନୁଗୋଳ ପୋଲିସର ଏହି ପଦକ୍ଷେପକୁ ସାଧାରଣରେ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri