ଭାନୁପ୍ରତାପ ଯୋଷୀ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ: ପ୍ରଥମ ମ୍ୟାଚରେ ଗନିଆରୀ ବିଜୟୀ

କୋମନା,୧୦।୯(ଡି.ଏନ.ଏ.)
ନୂଆପଡା ଜିଲା କୋମନା ବ୍ଲକ ଭେଲାସ୍ଥିତ ହାଇସ୍କୁଲ ଖେଳ ପଡିଆରେ ପ୍ରଥମ ଭାନୁପ୍ରତାପ ଯୋଷୀ ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ପ୍ରଥମ ମ୍ୟାଚ ରୋୟଲ କ୍ଲବ ଗନିଆରୀ ଏବଂ ନୂଆପଡା ମଧ୍ୟରେ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ ହୋଇଥିଲା। ଏଥିରେ ଗନିଆରୀ ଦଳ ନୂଆପଡାକୁ ୧-୦ ଗୋଲରେ ପରାସ୍ତ କରି ପ୍ରଥମ ମ୍ୟାଚ ବିଜୟ ଲାଭ କରିଥିଲା। ବଳରାମ ସରାଫ, ଗୁଡୁ ମାଝି, ବନ ସାହୁ ଏବଂ ତ୍ରିନାଥ କୁମ୍ଭାର ଖେଳ ପରିଚାଳନା କରିଥିଲେ। ଉଦ୍‌ଘାଟନୀ ମ୍ୟାଚରେ ମୁଖ୍ୟଅତିଥି ଭାବେ ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଭେଲା ସରପଞ୍ଚ ରିଖିରାମ ଦଣ୍ଡସେନା ଓ ପ୍ରିୟରଞ୍ଜନ ବାଗ ଓ ସ୍ବର୍ଗତ ଯୋଷୀଙ୍କ ପୁଅ ତଥା ସାମାଜିକ କର୍ମୀ ବିମଳ ଯୋଷୀ ପ୍ରମୁଖ ଯୋଗଦେଇ ଟର୍ନାମେଣ୍ଟ ଉଦ୍‌ଘାଟନ କରିଥିଲେ। ମୁଖ୍ୟଅତିଥି ବିଧାୟକ ପାଣିଗ୍ରାହୀ ଖେଳାଳିମାନଙ୍କୁ ଉତ୍ସାହିତ କରିବା ସହ ଏଭଳି ଏକ ଟୁର୍ନାମେଣ୍ଟ ଗ୍ରାମାଞ୍ଚଳରେ ଆୟୋଜନ କରୁଥିବାରୁ ଆୟୋଜକଙ୍କୁ ସାଧୁବାଦ ଜଣାଇଥିଲେ। ଅମନ ଛତ୍ରିଆ, ମୁକେଶ ଯୋଷୀ, କ୍ଷୁଦ୍ରଦେବ ଶବର, ହେତୁରାମ ଶବର, ସାଗର ଶବର, ଲିଟୁ ସେଠୀ, ଆଶିଶ ଶବର, ପରେଶ ଶବର, ରାହୁଲ ଶବର ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ବେଲଗଛରେ ଝୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri