ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ ବୋଲି ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ରବିବାର କହିଛନ୍ତି। ଏହା ଉଭୟ ଦେଶର ପାରସ୍ପରିକ ସ୍ବାର୍ଥକୁ ଆଗେଇନେବ ବୋଲି ୪ ଦିନିଆ ଭାରତ ଗସ୍ତରେ ଆସିଥିବା ରୁବିଓ ନୂଆଦିଲ୍ଲୀରେ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧନ କରି କହିଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆପ୍ରବାସନ କାର୍ଯ୍ୟାନୁଷ୍ଠାନର ଅଂଶ ସ୍ବରୂପ ଗ୍ରୀନ୍‌ କାର୍ଡ ଏବଂ ଭିଜା ନୀତିରେ ନିକଟରେ ହୋଇଥିବା ପରିବର୍ତ୍ତନକୁ ନେଇ ରୁବିଓ କରିଛନ୍ତି, ଏହି ସଂସ୍କାରରେ ଭାରତକୁ ଟାର୍ଗେଟ କରାଯାଇ ନାହିଁ। ପ୍ରବାସନ ବ୍ୟବସ୍ଥାର ଆଧୁନିକୀକରଣ ପାଇଁ କେତେକ ପରିବର୍ତ୍ତନ ଅଣାଯାଇଥିବା ରୁବିଓ କହିଛନ୍ତି।
ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସହ ଆମେରିକା ପ୍ରତିପକ୍ଷ ରୁବିଓ ବାଣିଜ୍ୟ, ଗୁରୁତ୍ୱପୂର୍ଣ୍ଣ ଖଣିଜ, ଶକ୍ତି ଓ ପ୍ରତିରକ୍ଷା ଆଦି ବିଭିନ୍ନ କ୍ଷେତ୍ରରେ ସହଯୋଗ ବୃଦ୍ଧି ନେଇ ଆଲୋଚନା କରିଥିଲେ। ଓ୍ବାଶିଂଟନ୍‌ର ବାଣିଜ୍ୟ ଓ ଟାରିଫ୍‌ ନୀତିକୁ ନେଇ ଦୁଇ ଦେଶ ମଧ୍ୟରେ ବର୍ଷେ ହେଲା ସମ୍ପର୍କ ଖରାପ ହୋଇଥିବାବେଳେ ସେଥିରେ ସୁଧାର ଆଣିବା ଉଦ୍ଦେଶ୍ୟରେ ରୁବିଓ ଭାରତ ଗସ୍ତରେ ଆସିଛନ୍ତି। ରୁଷିଆରୁ ତୈଳ କିଣୁଥିବାରୁ ଭାରତ ଉପରେ ଅତିରିକ୍ତ ୨୫ ପ୍ରତିଶତ ଦଣ୍ଡାତ୍ମକ ଶୁଳ୍କ ସମେତ ଆମେରିକା ଭାରତରୁ ଆମଦାନୀ ସାମଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍‌ କଷିବାରୁ ୨ ଦେଶର ସମ୍ପର୍କ ନିମ୍ନଗାମୀ ହୋଇଥିଲା।
ଖବରଦାତା ସମ୍ମିଳନୀରେ ରୁବିଓ କହିଛନ୍ତି, ଆମେରିକା ଅର୍ଥନୀତିରେ ଭାରତୀୟମାନଙ୍କ ଅବଦାନକୁ ଆମେ ସ୍ବୀକାର କରୁଛୁ। ଭାରତୀୟ କମ୍ପାନୀଗୁଡ଼ିକ ଆମେରିକା ଅର୍ଥନୀତିରେ ୨୦ ବିଲିୟନ ଡଲାରରୁ ଊର୍ଦ୍ଧ୍ୱ ପୁଞ୍ଜିନିବେଶ କରିଛନ୍ତି। ଏହି ସଂଖ୍ୟା କ୍ରମାଗତ ଭାବେ ବଢ଼ିଚାଲିବା ଆମେ ଚାହୁଁଛୁ। ଏବେ ଆମେରିକା ମାଇଗ୍ରେଶନ ବ୍ୟବସ୍ଥାରେ ଯେଉଁ ଆଧୁନିକୀକରଣ ହୋଇଛି, ତାହା ନିର୍ଦ୍ଦିଷ୍ଟ ଭାବେ ଭାରତ ପାଇଁ ନୁହେଁ। ବାଣିଜ୍ୟ ଚୁକ୍ତିନାମା ପ୍ରସଙ୍ଗରେ ରୁବିଓ କହିଛନ୍ତି, ଆମେରିକାର ବାଣିଜ୍ୟ ପ୍ରତିନିଧିମାନେ ଖୁବ୍‌ଶୀଘ୍ର ଭାରତ ଗସ୍ତରେ ଆସିବା ଆଶା କରାଯାଉଛି। ଆମେରିକାକୁ ମଧ୍ୟ ଭାରତର ଏକ ପ୍ରତିନିଧି ମଣ୍ଡଳୀ ଯାଇଛନ୍ତି। ବାଣିଜ୍ୟ କଥାବାର୍ତ୍ତାରେ ଯଥେଷ୍ଟ ଅଗ୍ରଗତି ହୋଇଛି ଏବଂ ଖୁବ୍‌ଶୀଘ୍ର ଚୁକ୍ତିନାମା ଚୂଡ଼ାନ୍ତ ହେବା ଆଶା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri