ଭାରତକୁ ଡବ୍ଲ୍ୟୁଏଚ୍‌ଓର ପ୍ରଶଂସା

ନୂଆଦିଲ୍ଲୀ, ୧୨ା୫: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଭାରତକୁ ପ୍ରଶଂସା କରାଯାଇଛି। ଡବ୍ଲ୍ୟୁଏଚ୍‌ଓର ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମିନାଥନ୍‌ ସୋମବାର କହିଛନ୍ତି, ବର୍ତ୍ତମାନ କରୋନା ଭାଇରସ୍‌ ଯୋଗୁ ଆମେରିକା ଓ ୟୁରୋପୀୟ ଦେଶଗୁଡ଼ିକରେ ସ୍ଥିତି ଜଟିଳ ରହିଛି। ହେଲେ ଭାରତରେ ମୃତ ଓ ଆକ୍ରାନ୍ତଙ୍କ ସଂଖ୍ୟା ଅପେକ୍ଷାକୃତ କମ୍‌ ରହିଛି। ଏଥିସହ କୋଭିଡ୍‌-୧୯ ଟିକା ବାହାର କରିବାରେ ଭାରତର ସହଯୋଗ ମହତ୍ତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। କରୋନା ସଂକ୍ରମଣ ନେଇ ସାରା ବିଶ୍ୱ ସତର୍କ ଓ ପ୍ରସ୍ତୁତ ରହିବା ଦରକାର ବୋଲି ସେ କହିଛନ୍ତି। କେବଳ ଟିକା ବିକଶିତ କିମ୍ବା ପରୀକ୍ଷା କଲେ ଚଳିବନି, ଏହାର ସଫଳ ପ୍ରସ୍ତୁତି ଓ ଭୂତାଣୁ ଦୂର ଲାଗି ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ଜରୁରୀ।
ନ୍ୟାଶନାଲ ଟେକ୍ନୋଲୋଜି ଦିବସ ଅବସରରେ ଉଦ୍‌ବୋଧନ ଦେଇ ସେ କହିଛନ୍ତି, ଭାରତର କରୋନା ସ୍ଥିତିନେଇ ବିଭାଗୀୟ ମନ୍ତ୍ରୀ, କର୍ମକର୍ତ୍ତାଙ୍କୁ ପ୍ରଶଂସା କରିଥିଲେ। ଗୋଷ୍ଠୀ ସଂକ୍ରମଣ ରୋକିବା କ୍ଷେତ୍ରରେ ଭାରତ ସଫଳ ହୋଇଛି। ବିଶ୍ୱରେ ୩୯.୭୬ ଲକ୍ଷ ଲୋକ କରୋନା ସଂକ୍ରମିତ ହୋଇଥିବା ବେଳେ ଭାରତରେ ମାତ୍ର ୬୭ ହଜାର ମାମଲା ଦେଖାଯିବା ଭଲ କଥା। ହେଲେ ସହରାଞ୍ଚଳ ଜନସଂଖ୍ୟା ଘନତ୍ୱ ଯୋଗୁ ସତର୍କ ରହିବାକୁ ସେ ପରାମର୍ଶ ଦେଇଛନ୍ତି। ଦୁର୍ବଳ ସ୍ବାସ୍ଥ୍ୟସେବା, ଦାରିଦ୍ର୍ୟ ପରିସ୍ଥିତିକୁ ବିଗାଡ଼ିପାରେ ବୋଲି ସ୍ବାମିନାଥନ୍‌ ସତର୍କ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri