ଭାରତକୁ ରେମିଟାନ୍ସ କମିବ

ଓ୍ବାଶିଂଟନ,୨୪।୪: କୋଭିଡ୍‌-୧୯ ଯୋଗୁ ଏବେ ସାରା ବିଶ୍ୱରେ ମାନ୍ଦାବସ୍ଥା ସ୍ଥିତି ଉପୁଜିଛି। ଫଳରେ ବିଦେଶରେ ରହୁଥିବା ଭାରତୀୟମାନଙ୍କ ରେମିଟାନ୍ସ (ପ୍ରେରିତ ଅର୍ଥ) ୨୩% କମିବ ବୋଲି ଆଶଙ୍କା କରାଯାଉଛି। ଗତ ବର୍ଷ ବିଦେଶରେ ରହୁଥିବା ଭାରତୀୟମାନେ ଦେଶକୁ ୮୪ ବିଲିୟନ ଡଲାରର ଅର୍ଥ ପଠାଇଥିଲେ। ଚଳିତ ବର୍ଷ ଏହା କମିବା ସହ ୬୪ ବିଲିୟନ ଡଲାରକୁ ଖସିବ ବୋଲି ବିଶ୍ୱ ବ୍ୟାଙ୍କ ପକ୍ଷରୁ ଏକ ରିପୋର୍ଟରେ କୁହାଯାଇଛି। ବିଶ୍ୱ ବ୍ୟାଙ୍କ ପକ୍ଷରୁ ବୁଧବାର ଜାରି କରାଯାଇଥିବା ରିପୋର୍ଟରେ କୁହାଯାଇଛି ଯେ, ସାରା ବିଶ୍ୱର ରେମିଟାନ୍ସ ପ୍ରାୟ ୨୦% ହ୍ରାସ ଘଟିବ। କରୋନା ଜନିତ ଶଟ୍‌ଡାଉନ ଲାଗି ବଜାର କ୍ଷତିଗ୍ରସ୍ତ ରହିଛି। ପ୍ରବାସୀ ଶ୍ରମିକଙ୍କ ନିଯୁକ୍ତି ଏବଂ ବେତନ ଉପରେ କରୋନା ଗଭୀର ପ୍ରଭାବ ପକାଇଛି। ଅଭିବୃଦ୍ଧିଶୀଳ ଅର୍ଥ ବ୍ୟବସ୍ଥାଗୁଡିକ ଲାଗି ରେମିଟାନ୍ସକୁ ଆୟର ଏକ ପ୍ରମୁଖ ମାଧ୍ୟମ ବୋଲି ବିଚାର କରାଯାଏ। ବିକଶିତ ଅର୍ଥ ବ୍ୟବସ୍ଥାଗୁଡିକ ଏବେ କ୍ଷତିଗ୍ରସ୍ତ ଥିବାରୁ ସେଠାରେ କାମ କରୁଥିବା ଲୋକମାନଙ୍କ ଉପରେ ମଧ୍ୟ ପ୍ରଭାବ ରହିବ। ସ୍ଥିତି ନ ସୁଧୁରିବା ଯାଏ ଲୋକମାନେ ଏ କ୍ଷେତ୍ରରେ ସମସ୍ୟା ସାମ୍ନା କରିବେ ବୋଲି ଓ୍ବାର୍ଲଡ ବ୍ୟାଙ୍କ ଗ୍ରୁପ୍‌ ସଭାପତି ଡାଭିଡ୍‌ ମାଲପାସ୍‌ କହିଛନ୍ତି। ରିପୋର୍ଟ ମୁତାବକ ୟୁରୋପ ଆଣ୍ଡ ସେଣ୍ଟ୍ରାଲ ଏସିଆର ରେମିଟାନ୍ସ ୨୭.୫%, ସାହାରା ଏବଂ ଆଫ୍ରିକା ୨୩.୧%, ଲାଟିନ ଆମେରିକା-କାରିବିଆନ ୧୯.୩%, ପୂର୍ବ ଏସିଆ-ପାସିଫିକ ୧୩%, ପାକିସ୍ତାନକୁ ୨୩% ଖସିବ ବୋଲି କୁହାଯାଇଛି। ନେପାଳ ଏବଂ ଶ୍ରୀଲଙ୍କାରେ ଏହା ୧୪% ଖସିବାକୁ ଥିବା ବେଳେ ବାଂଲାଦେଶରେ ୨୨% ଖସିଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri