ଭାରତକୁ ଶରଣ ମାଗିଲେ ଇମ୍ରାନ ଖାନଙ୍କ ଦଳର ନେତା

ଇସ୍‌ଲାମାବାଦ,୧୦।୯: ପାକିସ୍ତାନରେ ସଂଖ୍ୟାଲଘୁଙ୍କ ଉପରେ ଇମ୍ରାନ ସରକାରଙ୍କ ଅତ୍ୟାଚାର ବିଷୟରେ ସବୁ ଦେଶକୁ ବେଶ୍‌ ଭଲଭାବେ ଜଣା। ଏବେ ଏହି ଅତ୍ୟାଚାରରୁ ଅତିଷ୍ଠ ହୋଇ ପାକ୍‌ର ପୂର୍ବତନ ବିଧାୟକ ବଲଦେବ କୁମାର ଭାରତକୁ ଶରଣ ମାଗିଛନ୍ତି। ସେ କହିଛନ୍ତି, ପାକିସ୍ତାନରେ କେବଳ ସଂଖ୍ୟାଲଘୁଙ୍କ ଉପରେ ଅତ୍ୟାଚାର ହେଉନି, ବରଂ ସେଠାରେ ମୁସଲମାନ ସମ୍ପ୍ରଦାୟର ଲୋକମାନେ ମଧ୍ୟ ସୁରକ୍ଷିତ ନାହାନ୍ତି। ସେଠାରେ ହିନ୍ଦୁ ଓ ମୁସଲମାନ ନେତାଙ୍କୁ ହତ୍ୟା କରାଯାଉଥିବାରୁ ସେ ଭାରତରେ ଶରଣ ନେବାକୁ ଚାହୁଁଛନ୍ତି। ଏଥିପାଇଁ ସେ ଭାରତ ସରକାରଙ୍କୁ ଗୁହାରି କରିବା ସହ ବଲଦେବ ଓ ତାଙ୍କ ପରିବାର ଆଉ ପାକିସ୍ତାନ ଫେରିବେ ନାହିଁ ବୋଲି କହିଛନ୍ତି। କିଛି ମାସ ପୂର୍ବରୁ ବଲଦେବ ତାଙ୍କ ପରିବାର ଲୋକଙ୍କୁ ପଞ୍ଜାବ ଲୁଧିଆନାର ଖନ୍ନା ଅଞ୍ଚଳରେ ଥିବା ସମ୍ପର୍କୀୟଙ୍କ ଘରକୁ ପଠାଇ ଦେଇଥିଲେ। ହେଲେ ଏବେ ସେ ଆଉ ପାକିସ୍ତାନ ଫେରିବାକୁ ଇଛା ପ୍ରକାଶ କରୁନାହାନ୍ତି। ତେବେ ୩ ମାସର ଭିଜାରେ ସେମାନେ ଭାରତକୁ ଆସିଥିବା ବେଳେ ଅଗଷ୍ଟ ୧୨ରେ ଏହା ଶେଷ ହୋଇଯିବ। ଅନ୍ୟପଟେ ବଲଦେବ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଦଳ ତେହରିକ-ଏ-ଇନ୍‌ସାଫର ନେତା ଅଟନ୍ତି। ସେ ଖେବର ପଖତୁନଖଓ୍ବା ଅଞ୍ଚଳର ବାରିକୋଟ ସଂରକ୍ଷିତ ଆସନରୁ ବିଧାୟକ ରହିସାରିଛନ୍ତି। ଯଦି ପାକିସ୍ତାନ ନେତାଙ୍କୁ ଏଭଳି ସମସ୍ୟାର ସାମ୍ନା କରିବାକୁ ପଡ଼ୁଛି ତେବେ ସେଠାରେ ସାଧାରଣ ଜନତାଙ୍କ ଅବସ୍ଥା କିଭଳି ଥିବ ତାହା ସ୍ପଷ୍ଟ ବାରି ହୋଇପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri