Posted inଖେଳ

ଭାରତକୁ ୧୦୭ ରନ୍‌ର ଟାର୍ଗେଟ୍‌

ଥିରୁଭାନନ୍ତପୁରମ,୨୮।୯: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ଆଜି ଥିରୁଭାନନ୍ତପୁରମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଭାରତ ସାମ୍ନାରେ ୧୦୭ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ୍‌ ହରାଇ ୧୦୬ ରନ୍‌ ସଂଗ୍ରହ କରିଥିଲା। ଦକ୍ଷିଣ ଆଫ୍ରିକା ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଦଳ ମାତ୍ର ୯ ରନ୍‌ରେ ୫ଟି ଉକେଟ୍‌ ହରାଇଥିଲା। କିନ୍ତୁ କେଶବ ମହାରାଜା ଏବଂ ଓ୍ବେନ୍‌ ପାର୍ନେଲ ଦଳକୁ ଏହି ବିପର୍ଯ୍ୟୟରୁ ରକ୍ଷା କରିଥିଲେ। ମହାରାଜା ୪୧ ଏବଂ ପାର୍ନେଲ ୨୪ ରନ୍‌ କରିଥିଲେ। ଏଡେନ ମାରକ୍ରମ ୨୫ ରନ୍‌ କରିଥିଲେ। ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ୍‌ ଦୁଇ ଅଙ୍କ ସ୍କୋର କରି ପାରି ନ ଥିଲେ।
ଅଧିତ୍ନାୟକ ଟେମ୍ବା ବାଭୁମା ପ୍ରଥମ ଓଭରରେ ଦୀପକ ଚହରଙ୍କ ଶିକାର ହୋଇଥିଲେ। ଦ୍ୱିତୀୟ ଓଭରରେ ଦକ୍ଷିଣ ଆଫ୍ରିକାକୁ ଆଉ ତିନିଟି ଝଟକା ଲାଗିଥିଲା। ଦୀପକ ଚହର ପରେ ଅର୍ଶଦୀପ ସିଂ ଚମତ୍କାର ବୋଲିଂ କରିଥିଲେ। ଦ୍ୱିତୀୟ ଓଭରର ପ୍ରଥମ ବଲରେ ଅର୍ଶଦୀପ କ୍ୱିଣ୍ଟନ ଡି କକ, ପଞ୍ଚମ ବଲରେ ରିଲେ ରୁସୋ ଏବଂ ଶେଷ ବଲରେ ଡେଭିଡ ମିଲରଙ୍କୁ ଆଉଟ୍‌ କରିଥିଲେ। ଏହି ସମୟରେ ଦଳର ସ୍କୋର ମାତ୍ର ୮ ରନ୍‌ରେ ୪ଟି ଉଇକେଟ୍‌ ହରାଇଥିଲା। ତୃତୀୟ ଓଭରରେ ଦକ୍ଷିଣ ଆଫ୍ରିକା ପଞ୍ଚମ ଝଟକା ଦେଇଥିଲେ। ଦୀପକ ଚହର ପୁଣି ଥରେ ଟ୍ରାଇଷ୍ଟ ଷ୍ଟବ୍ସଙ୍କୁ ଆଉଟ୍‌ କରିଥିଲେ। ଦକ୍ଷିଣ ଆଫ୍ରିକାର ଚାରିଜଣ ଖେଳାଳି ଖାତା ମଧ୍ୟ ଖୋଲିପାରି ନ ଥିଲେ। ମାତ୍ର ୯ ରନ୍‌ରେ ଦକ୍ଷିଣ ଆଫ୍ରିକା ୫ ଉଇକେଟ୍‌ ହରାଇଥିଲା।
ଟି-୨୦ ବିଶ୍ୱକପ ପୂର୍ବରୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ପାଇଁ ଏହା ହେଉଛି ଶେଷ ଟି-୨୦ ସିରିଜ। ଏହି ସିରିଜରେ ଉଭୟ ଦଳ ପ୍ରସ୍ତୁତି ଶେଷ କରିବାକୁ ଚାହୁଁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri