Posted inଜାତୀୟ

ଭାରତରେ ଆକ୍ରମଣ ଷଡ଼ଯନ୍ତ୍ର: ଲଞ୍ଚ୍‌ପ୍ୟାଡ୍‌-୬ରେ ଆତଙ୍କବାଦୀଙ୍କୁ ତାଲିମ ଦେଉଛି ପାକିସ୍ତାନ

ଶ୍ରୀନଗର,୧୨।୩: ଭାରତରେ ଆତଙ୍କବାଦୀ ଆକ୍ରମଣ କରାଇବା ପାଇଁ ପାକିସ୍ତାନ ଉଦ୍ୟମ ଜାରି ରଖିଛି। ଏହି ମର୍ମରେ ନିୟନ୍ତ୍ରଣ ରେଖାଠାରୁ କିଛି କିଲୋମିଟର ଦୂରରେ ଜୈଶ୍‌ କମାଣ୍ଡର ଅବୁ ହମ୍‌ଜା ୨୫ରୁ ଅଧିକ ଆତଙ୍କବାଦୀଙ୍କୁ ତାଲିମ ଦେଉଛନ୍ତି। ଏହା ପଛରେ ପାକିସ୍ତାନୀ ସେନାର ସମର୍ଥନ ମଧ୍ୟ ରହିଛି। ରାଜୌରୀ ଜିଲାର ନୌସେରା ସେକ୍ଟରର ଭବାନୀ ପୋଷ୍ଟ ସମ୍ମୁଖରେ ଆତଙ୍କବାଦୀଙ୍କ ତାଲିମ ଜୋର୍‌ ସୋର୍‌ରେ ଜାରି ରହିଛି। ପାକିସ୍ତାନର ୮- ବଲୋଚ ରେଜିମେଣ୍ଟର ପି-୧ ଏବଂ ପି-୨ ପୋଷ୍ଟ ଭାରତୀୟ ଭବାନୀ ପୋଷ୍ଟ ସମ୍ମୁଖରେ ରହିଛି। ପାକିସ୍ତାନର ଲଞ୍ଚିପ୍ୟାଡ୍‌-୬ଠାରେ ଏଭଳି ତାଲିମ ଜାରି ରହିଥିବା ଭାରତୀୟ ଗୋଇନ୍ଦା ସଂସ୍ଥା ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ତାଲିମ ଶେଷ ହେବା ପରେ ଆତଙ୍କବାଦୀଙ୍କୁ ୬ଟି ଦଳରେ ବିଭକ୍ତ କରାଯାଇ ଭିନ୍ନ ଭିନ୍ନ ଦିଗରୁ ଭାରତରେ ଅନୁପ୍ରବେଶ କରାଯିବା ଲାଗି ଉଦ୍ୟମ ହେବ। ସେମାନଙ୍କୁ ରାଜୌରୀ, ପୁଞ୍ଚ୍‌ ସହିତ ଜମ୍ମୁ ବର୍ଡର ମଧ୍ୟଦେଇ ଭାରତରେ ଅନୁପ୍ରବେଶ କରାଯିବାର ଷଡ଼ଯନ୍ତ୍ର ହୋଇଛି। ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ପାଇଁ ଅବୁ ହମ୍‌ଜାଙ୍କ ସହିତ ଯୋଗାଯୋଗରେ ରହିଥିବା ସମିର ଡାରଙ୍କୁ ଇତିମଧ୍ୟରେ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ଗିରଫ କରାଯାଇଛି। ହମ୍‌ଜା ସମିରଙ୍କୁ ସ୍ଥାନୀୟ ନାଗରୋଟା ନିକଟରେ ଆଇଇଡ଼ି ଲଗାଇବା ଲାଗି କହିଥିଲେ। ପଚରାଉଚରା ସମୟରେ ସମିର ଏହା ପୋଲିସକୁ କହିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri