Posted inଜାତୀୟ

ଭାରତରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଖାଇବର ପାସ୍ତୁନଖ୍ବାରେ ୪୫ ଅଲ୍‌ ବଦର ସଦସ୍ୟଙ୍କୁ ତାଲିମ୍‌ ଦେଉଛି ପାକିସ୍ତାନ

ନୂଆଦିଲ୍ଲୀ,୨୯।୮: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ଜାରି ରଖିଛି। ଏବେ ଅଲ୍‌ ବଦର ଆତଙ୍କବାଦୀ ସଂଗଠନ ସଦସ୍ୟଙ୍କୁ ପାକିସ୍ତାନ ସୈନ୍ୟ ବାହିନୀ ତାଲିମ୍‌ ଦେବା ଆରମ୍ଭ କରିଛି। ଏଥିପାଇଁ ଖାଇବର ପାସ୍ତୁନଖ୍ବାରେ ଏକ ତାଲିମ୍‌ ଶିବିର ଖୋଲା ଯାଇଛି। ଏଠାରେ ଅଲ୍‌ ବଦରର ୪୫ ସଦସ୍ୟଙ୍କୁ ତାଲିମ୍‌ ଦିଆଯାଉଛି। ସେମାନଙ୍କୁ ଏକେ-୪୭ କିଭଳି ବ୍ୟବହାର କରାଯିବ ସେନେଇ ଶିକ୍ଷା ଦିଆଯାଉଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହା ସହିତ ସେମାନଙ୍କୁ ଏଲ୍‌ଏମ୍‌ଜି, ପିଆଇକେଏ, ରକେଟ ଲଞ୍ଚର ବ୍ୟବହାର, ୟୁବିଜିଏଲ୍‌ ଏବଂ ହ୍ୟାଣ୍ଡ୍‌ ଗ୍ରେନେଡ୍‌ ବ୍ୟବହାର କରିବା ଆଦି ସମ୍ପର୍କରେ ତାଲିମ୍‌ ଦିଆଯାଉଛି। ବାଲାକୋଟରେ ଥିବା ଖାଇବର ପାସ୍ତୁନଖ୍ବାରେ ପୂର୍ବରୁ ଭାରତ ଏୟାର ଷ୍ଟ୍ରାଇକ୍‌ କରି ସାରିଛି। ପୂର୍ବରୁ ଏଠାରେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀଙ୍କ ଶିବିର ଥିଲା, ତେବେ ଏବେ ଏହା ସହିତ ଜଡ଼ିତ ଥିବା ଅଲ୍‌ ବଦର ସଂଗଠନ ସଦସ୍ୟଙ୍କୁ ତାଲିମ୍‌ ଦେଇ ଆଇଏସ୍‌ଆଇ ନିର୍ଦ୍ଦେଶରେ ପାକିସ୍ତାନ ସୈନ୍ୟ ବାହିନୀ ଭାରତରେ ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର ରଚିଥିବା ଗୋଇନ୍ଦା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri