Posted inଜାତୀୟ

ଭାରତରେ କରୋନା ! ଜୟପୁରରେ ଜଣେ ରୋଗୀ ଡାକ୍ତରଖାନାରେ ଭର୍ତ୍ତି

ଜୟପୁର,୨୭ା୧: ଚାଇନାରେ କରୋନା ଭୂତାଣୁ ନେଲାଣି ୫୦ ଜୀବନ। ସେଠାରେ ସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ୧ ହଜାରରୁ ଊର୍ଦ୍ଧ୍ୱ ଲୋକ ଏହି ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଏବେ ଏହି ଭୂତାଣୁ ଭାରତରେ ପ୍ରବେଶ କରିଥିବା ଜଣାପଡିଛି। ରାଜସ୍ଥାନର ଜୟପୁରରେ କରୋନା ଭୂତାଣୁରେ ଆକ୍ରାନ୍ତ ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡା. ରଘୁ ଶର୍ମା ଡାକ୍ତରଖାନା ପ୍ରଶାସନକୁ ଉକ୍ତ ବ୍ୟକ୍ତିଙ୍କ ପରିବାରର ସମସ୍ତ ସଦସ୍ୟଙ୍କ ରକ୍ତ ପରୀକ୍ଷା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କ ନମୁନା ପୁଣେ ଲ୍ୟାବ୍‌ ପରୀକ୍ଷା ପାଇଁ ପଠାଯାଇଛି। ରାଜସ୍ଥାନର ୪ଟି ଜିଲାର ୧୮ଜଣ ବ୍ୟକ୍ତି ନିକଟରେ ଚାଇନାରୁ ଫେରିଛନ୍ତି। ଏହି ୧୮ଜଣଙ୍କୁ ଏବେ କଡା ନଜରରେ ରଖାଯାଇଛି। ସେମାନଙ୍କଠାରେ କରୋନା ଭୂତାଣୁ ଅଛି କି ନାହିଁ ତାହା ଉପରେ କଡା ନଜର ରଖାଯାଇଛି। ସୂଚନାଯୋଗ୍ୟ, କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି ଚାଇନା ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ମାରାତ୍ମକ ଭୂତାଣୁର କେନ୍ଦ୍ରସ୍ଥଳ କୁହାଯାଉଥିବା ୟୁହାନ ସମେତ ୧୩ଟି ସହରକୁ ଗମନାଗମନ ବନ୍ଦ କରିଦିଆଯିବା ସହ ଏହି ସହରଗୁଡ଼ିକୁ ବାହ୍ୟଜଗତରୁ ଏକପ୍ରକାର ବିଚ୍ଛିନ୍ନ କରିଦିଆଯାଇଛି। ଫଳରେ ୪୧ ନିୟୁତ ଲୋକ ପ୍ରଭାବିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

ସୈନିକଙ୍କୁ ଟେଷ୍ଟୋଷ୍ଟେରୋନ୍‌ ଚିକିତ୍ସା

ଦୀର୍ଘଦିନ ହେଲା ଚାଲିଆସିଛି ଆମେରିକା-ଇରାନ ଯୁଦ୍ଧ। ଏଥିପାଇଁ ବିଦେଶ ଭୂଇଁରେ ଥିବା ଆମେରିକୀୟ ସୈନ୍ୟମାନଙ୍କ ମଧ୍ୟରୁ ଅନେକଙ୍କଠାରେ ସୃଷ୍ଟି ହେଉଛି ମାନସିକ ଚାପ। ଏକଥା ଅନୁଭବ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?