ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୭ ହଜାରରୁ ଅଧିକ: ଚାଇନାକୁ ଟପିଲା ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୮।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ସୋମବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୭ ହଜାର ୪୮୬ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୭ ହଜାର ୨୦୭ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୨୩ ହଜାର ୮୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ ହଜାର ୯୮୩ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ୨୦୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଚାଇନାକୁ ଟପିଯାଇଛି। ଏଠାରେ ୮୫ ହଜାର ୯୭୫ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଚାଇନାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୪ ହଜାର ୧୯୧ ଥିଲା। ମହାରାଷ୍ଟ୍ରର ମୁମ୍ବାଇରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮ ହଜାର ୭୭୪ରେ ପହଞ୍ଚିଛି। ସୂଚନାଯୋଗ୍ୟ, ଚାଇନାରେ କରୋନା ମୃତ୍ୟୁ ସଂଖ୍ୟା ୪ ହଜାର ୬୩୮ ଥିବାବେଳେ ସୋମବାର ଭାରତରେ ମୃତ୍ୟୁ ସଂଖ୍ୟା ୭ ହଜାର ଟପିଛି।

Share