ଭାରତରେ କରୋନା ମୃତ୍ୟୁ ୧୭୯କୁ ବୃଦ୍ଧି

ନୂଆଦିଲ୍ଲୀ,୯।୪: କ୍ରମଶଃ ଭାରତରେ କାୟାବିସ୍ତାର କରିବାରେ ଲାଗିଛି କରୋନା ଭୂତାଣୁ। ଅଦ୍ୟାବଧି ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୫,୯୧୬କୁ ବୃଦ୍ଧିପାଇଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ି ୧୭୯ରେ ପହଞ୍ଚିଛି। ଦିନକରେ ୫୬୫ ନୂଆ ମାମଲା ସାମ୍ନାକୁ ଆସିଛି। ମହାରାଷ୍ଟ୍ର ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଦେଶର ସର୍ବାଧିକ କରୋନା ଆକ୍ରାନ୍ତ ଏହି ରାଜ୍ୟରେ ଅଛନ୍ତି। ମହାରାଷ୍ଟ୍ରରେ ଭୂତାଣୁ ୧,୧୩୫ ଜଣଙ୍କୁ ସଂକ୍ରମିତ କରିଥିବା ବେଳେ ୭୨ ଜଣ ପ୍ରାଣ ହରାଇଲେଣି। ଏଠାରେ ୯୮୪ଟି ଆକ୍ଟିଭ ମାମଲା ରହିଛି। ୨୪ ଘଣ୍ଟାରେ ୧୧୭ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ତାମିଲନାଡ଼ୁରେ ମୃତ୍ୟୁସଂଖ୍ୟା ୧୮ ରହିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇ ୭୩୮ରେ ପହଞ୍ଚିଛି। ଗୋଟିଏ ଦିନରେ ଏଠାରେ ୪୮ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ରାଜଧାନୀ ଦିଲ୍ଲୀରେ ଭୂତାଣୁ ୯ ମୁଣ୍ଡ ନେଇଥିବା ବେଳେ ୬୬୯ ବ୍ୟକ୍ତି ଆକ୍ରାନ୍ତ ଅଛନ୍ତି। ତେଲଙ୍ଗାନାରେ ୧୧ ଜୀବନ ଯାଇଛି। ଏଠାରେ କରୋନା ରୋଗୀଙ୍କ ସଂଖ୍ୟା ଏବେ ୪୫୩ରେ ପହଞ୍ଚିଛି। ଗୋଟିଏ ଦିନରେ ଏଠାରେ ୪୯ ଜଣ ଭୂତାଣୁ ସଂକ୍ରମିତ ହୋଇଛନ୍ତି। ରାଜସ୍ଥାନରେ ମୋଟ ୩୮୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ ଜୀବନ ଯାଇଛି। ଉତ୍ତରପ୍ରଦେଶରେ ୩୬୧ ରୋଗୀ ଥିବାବେଳେ ୪ ମୁଣ୍ଡ ଗଡ଼ିିଲାଣି। ସେହିଭଳି ମଧ୍ୟପ୍ରଦେଶରେ ୨୪, ଗୁଜରାଟରେ ୧୬, କର୍ନାଟକରେ ୫, ପଞ୍ଜାବରେ ୯, ପଶ୍ଚିମବଙ୍ଗରେ ୫, ହିମାଚଳପ୍ରଦେଶ ଓ ହରିୟାଣାରେ ୨ ଜଣ ଲେଖାଏ, ଜମ୍ମୁ-କଶ୍ମୀରରେ ୩ ବ୍ୟକ୍ତି ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri