ଭାରତରେ କରୋନା ସହିତ ଲଢ଼େଇ : ସାମାଜିକ ଦୂରତା ବଜାୟ ରଖିବା ହିଁ ଶ୍ରେଷ୍ଠ ପ୍ରତିଷେଧକ ବ୍ୟବସ୍ଥା, କହିଲା ଏମ୍ସ୍‌

ନୂଆଦିଲ୍ଲୀ,୯।୫: ଭାରତରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଦେଶରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅଭାବନୀୟ ସ୍ଥିତି ସୃଷ୍ଟି ହେଉଛି। କରୋନା ସହିତ ଲଢ଼ିବାକୁ ଏକଜୁଟ ହେବାକୁ ସରକାର ଲୋକଙ୍କୁ ପରାମର୍ଶ ଦେଇଛନ୍ତି। ଏପରିସ୍ଥଳେ ଏମ୍ସ୍‌ ପକ୍ଷରୁ କୁହାଯାଇଛି ଯେ, କରୋନା ଏବେ ଭାରତ ମୁହାଁ ହୋଇଛି। ଏଥିରୁ ଦୂରେଇ ରହିବାର ଶ୍ରେଷ୍ଠ ପ୍ରତିଷେଧକ ବ୍ୟବସ୍ଥା ହେଉଛି ସାମାଜିକ ଦୂରତା ବଜାୟ ରଖିବା। ଏହା ସହିତ ନିୟମିତ ଅନ୍ତରରେ ହାତ ଧୋଇବା ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ଲୋକେ ସଚେତନ ହେଲେ କରୋନା ସହିତ ଲଢ଼ିବା ସହଜ ହେବ ବୋଲି ଏମ୍ସ୍‌ର ନିର୍ଦ୍ଦେଶକ ଡ.ରଣଦୀପ୍‌ ଗୁଲେରିଆ କହିଛନ୍ତି। ଆମେରିକା, ଇଟାଲି, ସ୍ପେନ୍‌, ବେଲଜିୟମ୍‌ ଏବଂ ନେଦରଲାଣ୍ଡରେ କରୋନା ସଂକ୍ରମଣ ଗ୍ରାଫ୍‌ ପ୍ରଥମେ ବଢ଼ିଥିବାବେଳେ ଏବେ ଏହା କମିବାରେ ଲାଗିଛି। ଭାରତରେ ମଧ୍ୟ ସେଭଳି ସ୍ଥିତି ଦେଖାଦେଇ ସଂକ୍ରମଣ ଧୀରେଧୀରେ କମିବ ବୋଲି ସେ ସୂଚନା ଦେଇଛନ୍ତି। ଏବେ ଦେଶରେ ପ୍ରତିଦିନ ୮୦ ହଜାର ଲୋକଙ୍କ ନମୁନା ପରୀକ୍ଷା ହେଉଛି। ଆଗାମୀ ଦିନରେ ଏହା ଲକ୍ଷେକୁ ବୃଦ୍ଧି କରାଯିବା ଯୋଜନା ରହିଛି। ଅଧିକ ନମୁନା ପରୀକ୍ଷା କରାଗଲେ କରୋନା ପଜିଟିଭ୍‌ ରିପୋର୍ଟ ମଧ୍ୟ ସେହି ଅନୁପାତରେ ବଢ଼ିବାର ଆଶଙ୍କା ଥିବା ସେ କହିଛନ୍ତି। ଏନେଇ ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି ଯେ, କରୋନା ମହାମାରୀ ଗ୍ରାଫ୍‌ ଶୀର୍ଷକୁ ବଢ଼ିବାପରେ କମିବାକୁ ଆରମ୍ଭ କରିଥାଏ। ଭାରତରେ ବର୍ତ୍ତମାନ ଏହା ବଢ଼ିବାସ୍ତରରେ ରହିଛି। ତେଣୁ ଶୀର୍ଷରେ ପହଞ୍ଚି ପୁଣି କମିବା ଲାଗି ୨ରୁ ୪ ସପ୍ତାହ ସମୟ ଲାଗିବ ବୋଲି ଆକଳନ କରାଯାଉଛି। ପ୍ରବାସୀ ଶ୍ରମିକଙ୍କ ଘରବାହୁଡ଼ା ଯୋଗୁ ଧୀରେଧୀରେ ଅଧିକ କରୋନ ପଜିଟିଭ୍‌ ରିପୋର୍ଟ ମିଳୁଥିବା ଆଇସିଏମ୍‌ଆର୍‌ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ରେକର୍ଡ ବର୍ଷା, ଗୁଜରାଟରେ ବନ୍ୟା

ଅହମଦାବାଦ,୨୩ା୭: ଗୁଜରାଟର ଦକ୍ଷିଣ ଭାଗରେ ଥିବା ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri