ଭାରତରେ ଜଣେ କରୋନା ସଂକ୍ରମିତଙ୍କ ଦ୍ୱାରା ୪ ସୁସ୍ଥ ଲୋକଙ୍କୁ ସଂକ୍ରମଣ ହେବା ଆଶଙ୍କା: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ସାମାଜିକ ଦୂରତା ପାଇଁ ଏଭଳି କରାଯାଇଛି। ଏହାଦ୍ୱାରା ସଂକ୍ରମଣର ଆଶଙ୍କା କମ୍‌ ରହିଥାଏ ବୋଲି ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ(ଆଇସିଏମ୍‌ଆର୍‌) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଭାରତରେ ଜଣେ କରୋନା ସଂକ୍ରମିତଙ୍କ ଦ୍ୱାରା ୪ ସୁସ୍ଥ ଲୋକଙ୍କୁ ସଂକ୍ରମଣ ହେବାର ଆଶଙ୍କା ରହିଥାଏ ବୋଲି ଏଥିରେ ପ୍ରକାଶ ପାଇଛି। ଏକ ସର୍ଭେ ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି। ମ୍ୟାଥ୍‌ମେଟିକାଲ ମଡେଲିଂ ଅନ୍ତର୍ଗତ ଏହି ସର୍ଭେ ରିପୋର୍ଟ ପ୍ରସ୍ତୁତ କରାଯାଇଛି। ଭାରତରେ ଫେବୃୟାରୀ ଶେଷ ସୁଦ୍ଧା ହୋଇଥିବା କରୋନା ସଂକ୍ରମଣ ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି। ପ୍ରାଥମିକ ଷ୍ଟେଜ୍‌ରେ କରୋନା ସଂକ୍ରମିତ ଜଣେ ଭାରତୀୟଙ୍କଠାରୁ ହାରାହାରି ୧.୫ ଜଣ ଲୋକଙ୍କୁ ସଂକ୍ରମଣ ହୋଇଥାଏ। ତେବେ ସଙ୍କଟଜନକ ସ୍ଥିତିରେ ଜଣେ ସଂକ୍ରମିତଙ୍କ ଦ୍ୱାରା ୪ ସୁସ୍ଥ ଲୋକଙ୍କୁ ସଂକ୍ରମଣ ହେବାର ଆଶଙ୍କା ରହିଥିବା ଏହି ରିପୋର୍ଟରେ ପ୍ରକାଶ ପାଇଛି। ସଂକ୍ରମଣ କମ୍‌ ହେଲେ ଭୂତାଣୁ ସଂକ୍ରମଣର ଶେଷସ୍ତରରେ ପହଞ୍ଚିଥିବା ଆକଳନ କରାଯାଇଥାଏ। ସେହିପରି ନୂଆ ସଂକ୍ରମଣ ଘଟଣା ଘଟିଲେ କରୋନା ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବା ଅପରିହାର୍ଯ୍ୟ ହୋଇପଡ଼ିଥାଏ। ତେବେ ଲୋକଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଗଲେ ସଂକ୍ରମଣ ୬୨ରୁ ୮୯ ପ୍ରତିଶତ ପର୍ଯ୍ୟନ୍ତ କମି ଯାଇଥାଏ ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?