Posted inଖେଳ

ଭାରତରେ ହେବ ୨୦୨୨ ଏଏଫ୍‌ସି ମହିଳା ଏସିଆନ୍‌ କପ

କୁଆଲାଲମ୍ପୁର,୧୯।୨(ପି.ଟି.)- ଭାରତରେ ୨୦୨୨ ଏଏଫ୍‌ସି ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ଦେଶରେ ମହିଳା ଫୁଟବଲର ପ୍ରସାର କରିବା ପାଇଁ ଏହି ଇଭେଣ୍ଟର ଆୟୋଜନ ଅଧିକାର ବୁଧବାର ଭାରତକୁ ଦିଆଯାଇଛି। ଏସିଆନ ଫୁଟବଲ କନଫେଡେରେଶନର ମହିଳା କମିଟି ଏହି ଅଧିକାର ପ୍ରଦାନ କରିଛି। ଟୁର୍ନାମେଣ୍ଟ ପାଇଁ ଭାରତ ବ୍ୟତୀତ ଚାଇନିଜ ତାଇପେ ଓ ଉଜବେକିସ୍ତାନ ମଧ୍ୟ ବିଡ୍‌ ଦାଖଲ କରିଥିଲେ। କିନ୍ତୁ ଚଳିତବର୍ଷ ୧୭ ବର୍ଷରୁ କମ୍‌ ଫିଫା ମହିଳା ବିଶ୍ୱକପ୍‌ ଆୟୋଜନ କରିବାକୁ ଥିବା ଭାରତରେ ଉନ୍ନତମାନର ଭିତ୍ତିଭୂମି ରହିଛି। ଭାରତ ପକ୍ଷରୁ ଡି. ଓ୍ବାଇ. ପାଟିଲ ଷ୍ଟାଡିୟମ, ଟ୍ରାନ୍ସ ଷ୍ଟାଡିଆ ଏରିନା ଓ ଫାଟୋର୍ଡା ଷ୍ଟାଡିୟମକୁ ଭେନ୍ୟୁ ରୂପେ ଦାଖଲ କରାଯାଇଥିଲା। ଏହି ସମସ୍ତ ଗ୍ରାଉଣ୍ଡରେ ପୂର୍ବରୁ ଫିଫା ଟୁର୍ନାମେଣ୍ଟ ଖେଳାଯାଇସାରିଥିବା ଏଏଫ୍‌ସି ପକ୍ଷରୁ କୁହାଯାଇଛି। ଏଏଫ୍‌ସି ମହିଳା କମିଟି ଅଧ୍ୟକ୍ଷ ମହଫୁଜା ଅଖତର କିରୋନ କହିଛନ୍ତି, ଟୁର୍ନାମେଣ୍ଟକୁ ଆର୍ଥିକ ରୂପେ ସଫଳ କରିବା ପାଇଁ ଭାରତ ପକ୍ଷରୁ ଭଲ ପ୍ରସ୍ତାବ ଦିଆଯାଇଥିଲା। ଭାରତ ମହିଳା ଫୁଟବଲର ଉନ୍ନତି ଦିଗରେ କାର୍ଯ୍ୟ କରୁଛି। କମିଟି ଏଏଫ୍‌ସି ମହିଳା ଏସିଆନ୍‌ କପ୍‌ ଟୁର୍ନାମେଣ୍ଟରେ ଅଂଶଗ୍ରହଣକାରୀ ଦଳ ସଂଖ୍ୟା ୮ରୁ ୧୨କୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ସମସ୍ତ ଦଳକୁ ୩ ଗ୍ରୁପ୍‌ରେ ଭାଗ କରାଯିବ ଏବଂ ପ୍ରତ୍ୟେକ ଦଳ ୩ଟି ଲେଖାଏ ଲିଗ୍‌ ମ୍ୟାଚ୍‌ ଖେଳିବେ। ପରେ ନକ୍‌ଆଉଟ୍‌ ପର୍ଯ୍ୟାୟ ମ୍ୟାଚ୍‌ ଖେଳାଯିବ। ଅତିକମ୍‌ରେ ୧୭ ଦିନ ଧରି ପ୍ରତିଯୋଗିତା ଚାଲିବ। ୨୦୨୩ ଫିଫା ମହିଳା ବିଶ୍ୱକପ୍‌ କାର୍ଯ୍ୟସୂଚୀକୁ ଦୃଷ୍ଟିରେ ରଖି ଏଏଫ୍‌ସି ପ୍ଲେଅଫ୍‌ ମ୍ୟାଚ୍‌ ଆୟୋଜନ କରାଯିବ। ଇଭେଣ୍ଟଟି ସମ୍ଭବତଃ ଅକ୍ଟୋବର ଶେଷ ସପ୍ତାହରୁ ନଭେମ୍ବର ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଖେଳାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri